ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ, ୫ଟି ପର୍ଯ୍ୟାୟରେ ହେବ ମତଦାନ

ଭୁବନେଶ୍ୱର,(ନାଗରାଜ ନ୍ୟୁଜ): ପଞ୍ଚାୟତ ନିର୍ବାଚନ ପାଇଁ ହେଲା ତାରିଖ ଘୋଷଣା, ୫ଟି ପର୍ଯ୍ୟାୟରେ ହେବ ମତଦାନ । ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ରାଜ୍ୟ ନିର୍ବାଚନ କମିସନ । ଗୀତଗୋବିନ୍ଦ ସଦନରେ ରାଜ୍ୟ ନିର୍ବାଚନ କମିସନ୍ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ନିର୍ବାଚନ କମିଶନରଙ୍କ ସୂଚନାଅନୁସାରେ, ସକାଳ ୭ଟାରୁ ଦିନ ୧ଟା ଯାଏ ମତଦାନ କରାଯାଇପାରିବ । ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା ଜାନୁଆରି ୧୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ନିର୍ବାଚନ ପାଇଁ ଜାନୁଆରୀ ୧୬ ତାରିଖରୁ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ଏହା ଜାନୁଆରୀ ୨୧ ଯାଏଁ ଚାଲିବ । ୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ । ସେହିପରି ୨୫ ତାରିଖ ଯାଏଁ ପ୍ରାର୍ଥୀପତ୍ର ପ୍ରତ୍ୟାହାର ସୁଯୋଗ ମିଳିବ । ଜାନୁଆରୀ ୨୮ରେ ପ୍ରକାଶ ପାଇବ ଚୂଡାନ୍ତ ପ୍ରାର୍ଥୀ ତାଲିକା ।

ଫେବୃଆରୀ ୧୬, ୧୮ ଫେବୃଆରୀ ୨୦, ୨୨ ଓ ୨୪ ତାରିଖରେ ନିର୍ବାଚନ ହେବ । ଭୋଟ ଗଣତି ଫେବୃଆରୀ ୨୫, ୨୬ ଓ ୨୮ ତାରିଖରେ ହେବ । ଆଗାମୀ ପଞ୍ଚାୟତ ନିର୍ବାଚନ ଲାଗି ଆଜିଠାରୁ ଆଚରଣବିଧି ଲାଗୁ ହେଲା । ଏହା ଫେବୃଆରୀ ୨୮ ତାରିଖ ଯାଏ ବଳବତ୍ତର ରହିବ । କୋଭିଡ୍ କଟକଣା ଭିତରେ ନିର୍ବାଚନ ହେବ । ଏଥର ଜଣେ ପ୍ରାର୍ଥୀ ସର୍ବାଧିକ ୫ଜଣଙ୍କୁ ସାଙ୍ଗରେ ନେଇ ଘରକୁ ଘର ବୁଲି ପ୍ରଚାର କରିପାରିବେ । କୌଣସି ପ୍ରକାରର ସମ୍ମିଳନୀକୁ ଅନୁମତି ମିଳିବ ନାହିଁ । ଭର୍ଚୁଆଲରେ ପ୍ରଚାର କରିପାରିବେ ପ୍ରାର୍ଥୀ । ଖାସକରି ଚଳିତ ପଞ୍ଚାୟତ ନିର୍ବାଚନ ବିନା ରାଲି ଓ ବିନା ରୋଡ ସୋ’ରେ ହେବ । କରୋନା କାରଣରୁ କୌଣସି ରାଲିକୁ ଅନୁମତି ମିଳିବ ନାହିଁ ।

Leave a Reply

Your email address will not be published.