ପୁରୀ, (ନାଗରାଜ ନ୍ୟୁଜ): ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ରାଜ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ଭଳି କଠିନ ପରିସ୍ଥିତିକୁ ମୁକାବିଲା ଓ ସୁରକ୍ଷା ଦେବା ପାଇଁ ବିଭିନ୍ନ ଯୁଗାନ୍ତକାରୀ ଯୋଜନା ଦ୍ୱାରା ଆମ ଓଡିଶା ସମଗ୍ର ଦେଶରେ ପ୍ରଥମ ହୋଇପାରିଛି l ଏହି ଯୋଜନାକୁ ଅଧିକ ସଶକ୍ତ କରିବା ପାଇଁ ଆଜି ପୁରୀ ସଦର ବ୍ଲକ ପ୍ରତାପ ପୁରୁଷୋତ୍ତମପୁର ପଞ୍ଚାୟତ ପାଟେଳି ରାଜସ୍ବ ନୀରିକ୍ଷକ କାର୍ଯ୍ୟାଳୟ ଠାରେ ଲୋକମାନଙ୍କୁ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନୂତନ ବହୁମୁଖି ବାତ୍ୟା ଆଶ୍ରୟସ୍ଥଳୀର ସୁଭ ଭୂମିପୂଜା ଅନୁଷ୍ଠିତ ହୋଇଯାଇଅଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସ ବର୍ମା। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ୍ତ କୁମାର ସାହୁ, ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ରାମ ପ୍ରସାଦ ଆଚାର୍ଯ୍ୟ, ସଦର ବ୍ଲକ ତହସିଲଦାର ରବିନ୍ଦ୍ର କୁମାର ପ୍ରଧାନ ଓ ଜିଲ୍ଲା ପରିଷଦ ସଦସ୍ୟାଙ୍କ ପ୍ରତିନିଧି ନୁନୁ ମିଶ୍ର, ପଞ୍ଚାୟତ ସରପଞ୍ଚ ଶ୍ରୀ ଦେବପ୍ରିୟ ଦାସ ଓ ସମିତି ସଭ୍ୟା ମିତା ମାର୍ଥା ପ୍ରମୁଖ ଉପସ୍ଥିତ ଥିଲେ।