ଏସସିବି ବଡ ମେଡିକାଲରୁ ନବଜାତ ଶିଶୁ କନ୍ୟା ଚୋରି ଅଭିଯୋଗ

କଟକ,(ନାଗରାଜ ନ୍ୟୁଜ): ଏସସିବି ବଡ ମେଡିକାଲରୁ ନବଜାତ ଶିଶୁ କନ୍ୟା ଚୋରି ଅଭିଯୋଗ। ପ୍ରସୂତି ବିଭାଗର ଆଇସିୟୁରୁ ପିଲା ଚୋରି ଅଭିଯୋଗ ହୋଇଛି । ଅଭିଯୋଗ ପରେ ଏସସିବି କର୍ତ୍ତୃପକ୍ଷ ସିସିଟିଭି ଯାଞ୍ଚ କରୁଛନ୍ତି | ଚିକିତ୍ସା ସମୟରେ ଚୋରି ହୋଇଥିବାର ଅଭିଯୋଗ କରିଛନ୍ତି ନବଜାତ ଶିଶୁର ବାପା ତୋଫାନ କୁମାର ଜେନା । ତାଙ୍କ କହିବା ମୁତାବକ ଗତ ଗୁରୁବାର ଦିନ ତାଙ୍କର ସ୍ତ୍ରୀଙ୍କୁ ଏସସିବି ମେଡିକାଲର ପ୍ରସୂତି ବିଭାଗରେ ଭର୍ତ୍ତି କରିଥିଲେ । ସେହି ଦିନ ତାଙ୍କର ଯାଆଁଳା ଶିଶୁ କନ୍ୟା ଜନ୍ମ ହୋଇଥିଲା ଏବଂ ଦୁଇ ଶିଶୁ କନ୍ୟା ସୁସ୍ଥ ଥିଲେ । ଆଜି ସେମାନଙ୍କୁ ଡିସଚାର୍ଜ କରିବା ପାଇଁ ସକାଳେ ଡାକ୍ତର କହିଥିଲେ । ମାତ୍ର ଆଜି ଚେକଅପ କରିବା ସମୟରେ ସାନ ଝିଅର ଜଣ୍ଡିସ ହୋଇଥିବା ଜଣାପଡିଥିଲା ।

ତେବେ ଶିଶୁ କନ୍ୟାକୁ ଆଜି ଦିନ ୧୨ଟା ସମୟରେ ଆଇସିୟୁରେ ଭର୍ତ୍ତି କରିଥିଲେ । ଶିଶୁ କନ୍ୟାର ପିଉସୀ ଆଡମିଶନ କରି ଆସିବା ପରେ ଦିନ ୩ଟାରେ ଶିଶୁ କନ୍ୟା ଚୋରି ହୋଇଥିବା ପିଉସୀ ଜାଣିବାକୁ ପାଇଥିଲେ । ତେବେ ଶିଶୁର ବାପାଙ୍କ କହିବା କଥା ଯେତେବେଳେ ଆଇସିୟୁ ଭିତରକୁ କାହାକୁ ଯିବାକୁ ଅନୁମତି ନାହିଁ କିଭଳି ଆଇସିୟୁରୁ ମୋ ପିଲା ଚୋରି ହେଲା । ଚୋରି ପଛରେ ପ୍ରସୂତି ବିଭାଗ କର୍ମଚାରୀଙ୍କ ହାତ ଥିବା ଅଭିଯୋଗ କରିଛନ୍ତି ଶିଶୁ କନ୍ୟାର ବାପା | ଏହି ଘଟଣାକୁ ନେଇ ତୋଫାନ ଏସସିବି ଫାଣ୍ଡିରେ ଅଭିଯୋଗ କରିଛନ୍ତି ।

Leave a Reply

Your email address will not be published.