*ମହାବୀର ପଞ୍ଜିକା*
*✧═════•❁❀❁•═════✧*
*ଅଦ୍ୟ ଏପ୍ରିଲ ମାସ ୧୨ ତାରିଖ ୨୦୨୧ ମସିହା(ସୋମବାର)*
*ଶକାବ୍ଦ -୧୯୪୩*
*ସମ୍ବତ -୨୦୭୭*
*ସମ୍ବତ୍ସର -ଆନନ୍ଦୋ*
*ଚୈତ୍ର ମାସ-କୃଷ୍ଣପକ୍ଷ*
*ତିଥି-ଅମାବାସ୍ୟା ପ୍ରାତଃ ଘ୦୮/୧୫ ପର୍ଯ୍ୟନ୍ତ ତଦନ୍ତେ ପ୍ରତିପଦ*
*ନକ୍ଷତ୍ର- ରେବତୀ ଦିବା ଘ ୧୨/୨୪ ପର୍ଯ୍ୟନ୍ତ ତଦନ୍ତେ ଅଶ୍ଵିନୀ*
*ଚନ୍ଦ୍ର- ମୀନ ଦିବା ଘ ୧୨/୨୪ ପର୍ଯ୍ୟନ୍ତ ତଦନ୍ତେ ମେଷ*
*ଯୋଗ-ବୈଧୃତି*
*କରଣ-ନାଗ*
*ସୌରମାସ-ମୀନ ୩୦ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୩୬/୦୦*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୧/୨୦*
*✧═════•❁❀❁•═════✧*
*ଯୋଗିନୀ ଐଶାନ୍ୟେ ଦିବା ଘ୦୮/୧୫ ପର୍ଯ୍ୟନ୍ତ ତଦନ୍ତେ ପୂର୍ବେ*
*ଧନୁ ରାଶିର ଘାତଚନ୍ଦ୍ର*
*ମିଥୁନ ରାଶିର ଘାତବାର*
*ପ୍ରତିପଦ। ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•════*
*କାଳବେଳା -ଦିବା ଘ ୦୭/୦୬ଗତେ ଘ୦୮/୪୨ ମଧ୍ୟେ*
*ବାରବେଳା- ଦିବା ଘ ୦୨/୫୬ଗତେ ଘ୦୪/୨୮ ମଧ୍ୟେ*
✧═════•❁❀❁•════*
*ବିଶୁଦ୍ଧ ଅମୃତବେଳା-ଦିବା ଘ୦୭/୦୫ ମଧ୍ୟେ ଓ ଘ୦୧/୨୩ ଗତେ ଘ୦୨/୫୫ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ରବେଳା- ଦିବା ଘ୦୮/୪୫ ଗତେ ଘ୧୦/୧୫ମଧ୍ୟେ ଓ ରାତ୍ରି ଘ୧୧/୫୩ଗତେ ଘ୦୧/୧୫ମଧ୍ୟେ*
*✧═════•❁❀❁•════
*ଅଦ୍ୟ ପାଣି କଖାରୁ ଭକ୍ଷଣ ନିଷେଧ*
═✧*══•❁❀❁•═════✧*
*
*✧═════•❁❀❁•═════✧*
*꧁ ଆଜିର ରାଶିଫଳ꧂*
*✧═════•❁❀❁•═════✧*
*ମେଷ ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।*
*ବୃଷ ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।*
*ମିଥୁନ ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।*
*କର୍କଟକର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ ।*
*ସିଂହ ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ।*
*କନ୍ୟା ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅବହେଳା କରିବେ ।*
*ତୁଳା ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।*
*ବିଛା କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।*
*ଧନୁ କର୍ମରେ ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।*
*ମକର ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।*
*କୁମ୍ଭ ଅଟକିଥିବା କାମ ପୁଣି ଆରମ୍ଭ କରିବେ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।*
*ମୀନ ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ ।*