ଜୁଲାଇ ୮ରେ ରଥଯାତ୍ରାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ପୁରୀ: ଆସନ୍ତା ଜୁଲାଇ ୧୨ରେ ମହାପ୍ରଭୂଙ୍କ ଘୋଷଯାତ୍ରା । ଏଥିଲାଗି ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛିଲାଣି ‌। ୮ ତାରିଖରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ହୋଇଥିବା ପ୍ରସ୍ତୁତିର ସମୀକ୍ଷା କରିବେ । ଶନିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ସୂଚନା ଅନୁଯାୟୀ, ଉକ୍ତ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଆଇନ ମନ୍ତ୍ରୀ, ମୁଖ୍ୟଶାସନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ପୋଲିସ ମହାନିର୍ଦ୍ଦେଶକ, ସେବାୟତ, ଅନ୍ୟଅଧିକାରୀମାନେ ସାମିଲ ରହିବେ ।

ରଥଯାତ୍ରା କିପରି ଶୃଙ୍ଖଳିତ ଓ ସୁରୁଖୁରୁରେ ଶେଷ ହେବ ସେନେଇ ବୈଠକରେ ବିସ୍ତୃତ ଆଲୋଚନା ହେବ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶାନୁସାରେ କାର୍ଯ୍ୟ ସ୍ଥିତିକୁ ଦେଖି ନିଷ୍ପତ୍ତି ନିଆଯିବ ବୋଲି ଜଣେ ବରିଷ୍ଠ ପଦାଧିକାରୀ ସୂଚନା ଦେଇଛନ୍ତି ।

Leave a Reply

Your email address will not be published.