ଲଘୁଚାପ ପ୍ରଭାବରେ ଜୁଲାଇ ୧୧ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୂବନେଶ୍ବର: ରାଜ୍ୟରେ ମୌସୁମୀ ପ୍ରଭାବରୁ ବର୍ଷା ଲାଗି ରହିଛି । ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ।ଯାହାର ପ୍ରଭାବରେ ଜୁଲାଇ ୧୧ ତାରିଖରୁ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । 

ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପୂର୍ବାନୁମାନ ଅନୁଯାୟୀ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ବଲାଙ୍ଗୀର , ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ନୂଆପଡ଼ା ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । 

Leave a Reply

Your email address will not be published.