କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ବାସବରାଜ ବୋମ୍ମାଇ

ନୂଆଦିଲ୍ଲୀ: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରୂପାଙ୍କ ଇସ୍ତଫା ପରେ ଆଜି କର୍ଣ୍ଣାଟକର ୨୩ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ବାସବରାଜ ବୋମ୍ମାଇ । ଆଜି ବୋମ୍ମାଇ ଶପଥ ଗ୍ରହଣ କରିବା ପରେ କର୍ଣ୍ଣାଟକକୁ ନୂଆ ମୁଖ୍ୟମନ୍ତ୍ରୀ ମିଳିଛନ୍ତି । ଏହାପରେ ଗତ କାଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବାସବରାଜଙ୍କ ନାମ ଘୋଷଣା କରିବା ପରେ ବାସବରାଜ ମୁଖ୍ୟ ମନ୍ତ୍ରୀ ହେବା ନେଇ ସ୍ପଷ୍ଟତା ମିଳିଥିଲା ।

୬୧ ବର୍ଷୀୟ ବାସବରାଜ ବୋମ୍ମାଇ ଉତ୍ତର କର୍ଣ୍ଣାଟକରୁ ଆସିଥିବା ଲିଙ୍ଗାୟତ ନେତା ବସବରାଜ ବୋମ୍ମଇ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍ ଆର ବୋମଇଙ୍କ ପୁତ୍ର । ସେ ୧୯୮୮ରୁ ୧୯୮୯ ମଧ୍ୟରେ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଥିଲେ । ବୋମ୍ମଇ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦିୟୁରପ୍ପାଙ୍କ ନେତୃତ୍ୱରେ ପରିଚାଳିତ ସରକାରରେ ଗୃହ, ଆଇନ, ସଂସଦୀୟ ଏବଂ ବଧାୟୀ କାର୍ଯ୍ୟ ବିଭାଗରେ ମନ୍ତ୍ରୀ ଦାୟିତ୍ୱ ନେଇଥିଲେ । ବୋମୋଇଙ୍କ ପୂର୍ବରୁ କର୍ଣ୍ଣାଟକରେ ଆଉ ଏକ ପିତା-ପୁତ୍ର ଯୋଡ଼ି ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବେଗୌଡ଼ାଙ୍କ ପରିବାର ହେଉଛି ଏହାର ଉଦାହରଣ । ଦେବେଗୌଡ଼ା କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଥିଲେ । ପରେ ତାଙ୍କର ପୁତ୍ର ଏଚ୍‌ଡି କୁମାରସ୍ୱାମୀ ମଧ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇଥିଲେ ।

Leave a Reply

Your email address will not be published.