ରାଜ୍ୟରେ ୬୬ ଜଣଙ୍କ ପ୍ରାଣ ନେଲା ମହାମାରୀ

ଭୁବନେଶ୍ଵର: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଥମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୮୩୪ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଗଞ୍ଜାମ, ପୁରୀ ଓ ଜଗତସିଂହପୁରରୁ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୧ ଜଣ, କଟକରୁ ୧୦, ଖୋର୍ଦ୍ଧାରୁ ୮, ଭଦ୍ରକରୁ ୬, ଯାଜପୁରରୁ ୫, ବାଲେଶ୍ଵର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା ଓ ମୟୁରଭଞ୍ଜରୁ ୨ ଜଣ ଲେଖାଏଁ, ବୌଦ୍ଧ, ଦେଓଗଡ଼, ଗଜପତି, କଳାହାଣ୍ଡି, କନ୍ଧମାଳ, ଓ କୋରାପୁଟରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave a Reply

Your email address will not be published.