ରାଜ୍ୟରେ ତଳମୁଁହା ମହାମାରୀ, ୨୪ ଘଣ୍ଟା ମଧ୍ୟରେ ୧୧୨୯ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ତଳମୁହାଁ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୧୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୫୭ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୭୨ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୦ ହଜାର ୮୬୬ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦେଇଛି ।

ଆଜି ଖୋର୍ଦ୍ଧାରୁ ୩୮୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୩୫ ଜଣ, ଅନୁଗୁଳରୁ ୫୫ ଜଣ, ଯାଜପୁର ଓ ପୁରୀ ଜିଲ୍ଲାରୁ ୪୮ ଜଣ ଲେଖାଏଁ, ମୟୂରଭଞ୍ଜରୁ ୨୦ ଜଣ, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ୮ ଜଣ ଲେଖାଏଁ, ଢ଼େଙ୍କାନାଳରୁ ୭ ଜଣ, ଝାରସୁଗୁଡ଼ା ଓ ରାୟଗଡ଼ା ଜିଲ୍ଲା ୬ ଜଣ ଲେଖାଏଁ, ନବରଙ୍ଗପୁର ଓ ସୋନପୁର ଜିଲ୍ଲାରୁ ୫ ଜଣ ଲେଖାଏଁ, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ ଲେଖାଏଁ, ବରଗଡ଼ ଓ ନୂଆପଡ଼ା ଜିଲ୍ଲାରୁ ୩ ଜଣ ଲେଖାଏଁ, ଗଞ୍ଜାମ ଓ କୋରାପୁଟ ଜିଲ୍ଲାରୁ ୨ ଜଣ ଲେଖାଏଁ, ବାଲେଶ୍ବରରୁ ୭୨ ଜଣ, କେନ୍ଦ୍ରାପଡ଼ାରୁ ୬୬ ଜଣ, ଜଗତସିଂହପୁରରୁ ୬୩ ଜଣ, ଭଦ୍ରକରୁ ୬୦ ଜଣ, କଳାହାଣ୍ଡି ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ, ଷ୍ଟେଟ୍ ପୋଲ୍‌ରୁ ୭୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Leave a Reply

Your email address will not be published.