ରାଜ୍ୟରେ ସାମାନ୍ଯ ବୃଦ୍ଧି ପାଇଛି କରୋନା ସଂକ୍ରମଣ, ଗତ ୨୪ ଘଣ୍ଟାରେ ୯୯୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣରେ ସାମାନ୍ୟ ବୃଦ୍ଧି ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୯୩ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୮ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୧୫ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୭ ହଜାର ୧୪୬ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆଜି ଅନୁଗୁଳ ଜିଲ୍ଲାରୁ ୧୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ୫୧ଜଣ, ଯାଜପୁର ଜିଲ୍ଲାରୁ ୬୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୧୯ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନାଗିର ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୪୨ଜଣ,ବାଲେଶ୍ୱର ଜିଲ୍ଲାରୁ ୩୦ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୯୫ଜଣ, ଦେଓଗଡ଼଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୨ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୧୬ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୫ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ୯୩ଜଣ ରହିଛନ୍ତି ।

Leave a Reply

Your email address will not be published.