ରାଜ୍ୟରେ କରୋନା ନେଲା ଆଉ ୬୬ ଜୀବନ

ଭୁବନେଶ୍ବର, (ନାଗରାଜ ନ୍ଯୁଜ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ବେଲଗାମ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣଙ୍କ କରୋନାରେ ମୃତ୍ଯୁ ହୋଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୬୨୮ ଜଣକୁ ବୃଦ୍ଧି ପାଇଛି ।

ଆଜି କଟକ ଜିଲ୍ଲାରୁ ୧୫ଜଣଙ୍କ କରୋନାରେ ମୃତ୍ଯୁ ହୋଇଥିବାବେଳେ ଯାଜପୁର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼, କଳାହାଣ୍ଡି, ଝାରସୁଗୁଡ଼ା, ଢେଙ୍କାନାଳ, ଦେବଗଡ଼, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ଜଗତସିଂହପୁର ଓ ବରଗଡ଼ ଜିଲ୍ଲାରୁ ୮ଜଣ ଲେଖାଏଁ ଓ ବାଲେଶ୍ୱର, ଖୋର୍ଦ୍ଧା, ପୁରୀ, ରାୟଗଡ଼ା, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Leave a Reply

Your email address will not be published.