ଭୁବନେଶ୍ୱର, (ନାଗରାଜ ନ୍ଯୁଜ): ରାଜ୍ୟରେ କରୋନା ସଂକ୍ରମଣରେ ସାମାନ୍ୟ ବୃଦ୍ଧି ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୭୧୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ରାଜ୍ୟରେ ସେମାନଙ୍କ ମଧ୍ୟରୁ ୧୮ ବର୍ଷ ବୟସର ୧୨୫ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି ।
ଅନ୍ୟପଟେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୨ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୯୭ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୮ ହଜାର ୪୬୯ ଜଣକୁ ବୃଦ୍ଧି ପାଇଛି ।