ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୬୯୫ ଆକ୍ରାନ୍ତ ଚିହ୍ନଟ

ଭୂବନେଶ୍ୱର, (ନାଗରାଜ ନ୍ୟୁଜ): ରାଜ୍ୟରେ କରୋନା ସଂକ୍ରମଣରେ ସାମାନ୍ୟ ହ୍ରାସ ଘଟିଛି । ଦୈନିକ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୬୯୫ ଆକ୍ଟିଭ୍ କେସ୍‌ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେମାନଙ୍କ ମଧ୍ୟରୁ ୧୮ ବର୍ଷ ବୟସର ୮୩ ନୂଆ ରୋଗୀ ଚିହ୍ନଟ ହୋଇଥିବାବେଳେ ୪୦୧ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୯୪ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୯ ହଜାର ୬୨୧ ଜଣକୁ ବୃଦ୍ଧି ପାଇଛି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ୩୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୯୦ ଜଣ, ଭଦ୍ରକରୁ ୧୩ ଜଣ, କେନ୍ଦ୍ରାପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ୮ ଜଣ ଲେଖାଏଁ, ରାୟଗଡ଼ାରୁ ୭ ଜଣ, ଅନୁଗୁଳ ଓ ଝାରସୁଗୁଡ଼ାରୁ ୬ ଜଣ ଲେଖାଏଁ, ସୁନ୍ଦରଗଡ଼ରୁ ୫ ଜଣ, ଢ଼େଙ୍କାନାଳ ଓ ମାଲକାନଗିରି ଜିଲ୍ଲାରୁ ୪ ଜଣ, ନୟାଗଡ଼ରୁ ୩ ଜଣ, ଯାଜପୁରରୁ ୩୯ ଜଣ, ବାଲେଶ୍ବରରୁ ୩୦ ଜଣ, ଜଗତସିଂହପୁରରୁ ୨୫ ଜଣ, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ୧୮ ଜଣ ଲେଖାଏଁ, ଗଜପତି, ଗଞ୍ଜାମ, କଳାହାଣ୍ଡି ଓ ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ଦେବଗଡ଼, କନ୍ଧମାଳ,କେନ୍ଦୁଝର ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍ରୁ ୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave a Reply

Your email address will not be published.