ଭୂବନେଶ୍ୱର, (ନାଗରଜା ନ୍ୟୁଜ): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି । ୨୫ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ୪୮ ଘଣ୍ଟା ମଧ୍ୟରେ ଏହା ଉତ୍ତରପଶ୍ଚିମ ଦିଗରେ ଗତି କରି ଓଡିଶା ଉପକୀଳରେ ପହଞ୍ଚିବ । ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖ ଆଡକୁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି ।
ଏହାସହିତ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ୧୧ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବରଗଡ, ନୂଆପଡା, ବଲାଙ୍ଗୀର, ଝାରସୁଗୁଡା, କେନ୍ଦୁଝର, ଅନୁଗୁଳ, କଳାହାଣ୍ଡି, ସୋନପୁର, ସୁନ୍ଦରଗଡ, ଦେବଗଡ, ସମ୍ବଲପୁର ଓ ଦେବଗଡରେ ପ୍ରବଳ ବର୍ଷା ହୋଇପାରେ । ଏନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ନବରଙ୍ଗପୁର, କଳାହାଣ୍ଡି, ନୂଆପଡା ଓ ବଲାଙ୍ଗୀରରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।