ଭୂବନେଶ୍ଵର, (ନାଗରାଜ ନ୍ୟୁଜ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟାରେ ବୃଦ୍ଧି ଘଟିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୬୩କୁ ବୃଦ୍ଧି ପାଇଛି । ଆଜି କଟକ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।