ରାଜ୍ୟରେ ଆଜି ୮୮୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (ନାଗରାଜ ନ୍ଯୁଜ): ରାଜ୍ୟରେ କରୋନା ସଂକ୍ରମଣ ବଢୁଛି କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ‌ ୮୮୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩୧ ଜଣ ୧୮ ବର୍ଷ ବୟସର ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ସଂକ୍ରମିତଙ୍କ ମଧ୍ୟରୁ ୫୧୫ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୭୨ ଜଣ ଲୋକାଲ କଣ୍ଟାକ୍ଟ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩ ହଜାର ୨୧୦ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି କଟକରୁ ୧୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦେଓଗଡ଼ରୁ ୯, ଢେଙ୍କାନାଳରୁ ୧୬, ଗଜପତିରୁ ୩, ଗଞ୍ଜାମରୁ ୨, ଜଗତସିଂହପୁରରୁ ୩୭, ଯାଜପୁରରୁ ୪୩, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୧, କନ୍ଧମାଳରୁ ୨, କେନ୍ଦୁଝରରୁ ୧୯, ଖୋର୍ଦ୍ଧାରୁ ୩୨୩, କୋରାପୁଟରୁ ୪,ଅନୁଗୁଳ ଜିଲ୍ଲାରୁ ୨୭, ବାଲେଶ୍ଵରରୁ ୫୬, ବରଗଡ଼ରୁ ୯, ଭଦ୍ରକରୁ ୯, ବୌଦ୍ଧରୁ ୧, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୩୧, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୧୧, ନୂଆପଡ଼ାରୁ ୩, ପୁରୀରୁ ୩୯, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨୧, ସୁନ୍ଦରଗଡ଼ରୁ ୭, ଷ୍ଟେଟପୁଲରୁ ୬୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave a Reply

Your email address will not be published.