ରାଜ୍ୟରେ ତଳମୁଁହା କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୧୪୩୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ତଳମୁଁହା କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୩୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୩୨ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୦୫ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୮ ହଜାର ୭୦୫ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ୪୦୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, କଟକରୁ ୧୯୦ ଜଣ, ପୁରୀରୁ ୧୪୬ ଜଣ, କେନ୍ଦ୍ରାପଡ଼ାରୁ ୪୧ ଜଣ, ମୟୂରଭଞ୍ଜରୁ ୪୦ ଜଣ, ନୟାଗଡ଼ରୁ ୩୬ ଜଣ, ସୁନ୍ଦରଗଡ଼ରୁ ୨୯ ଜଣ, ଢେଙ୍କାନା ଳରୁ ୨୧ ଜଣ, କେନ୍ଦୁଝରରୁ ୧୯ ଜଣ, ସମ୍ବଲପୁରରୁ ୧୬ ଜଣ, କନ୍ଧମାଳରୁ ୧୪ ଜଣ, ସୋନପୁରରୁ ୧୩ ଜଣ, ରାୟଗଡ଼ାରୁ ୧୧ ଜଣ, ଜଗତସିଂହପୁରରୁ ୮୬ ଜଣ, ଯାଜପୁରରୁ ୬୬ ଜଣ, ବାଲେଶ୍ବରରୁ ୬୪ ଜଣ, ଅନୁଗୁଳ ଓ ଭଦ୍ରକ ଜିଲ୍ଲାରୁ ୪୭ ଜଣ ଲେଖାଏଁ, ଗଞ୍ଜାମରୁ ୧୦ ଜଣ, ବରଗଡ଼ ଓ ଦେବଗଡ଼ ଜିଲ୍ଲାରୁ ୮ ଜଣ ଲେଖାଏଁ, ମାଲକାନଗିରିରୁ ୭ ଜଣ, କଳହାଣ୍ଡିରୁ ୬ ଜଣ, ଝାରସୁଗୁଡ଼ା ଓ କୋରାପୁଟ ଜିଲ୍ଲାରୁ ୫ ଜଣ ଲେଖାଏଁ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧ ଓ ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍‌ରୁ ୮୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Leave a Reply

Your email address will not be published.