ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ସଂକ୍ରମିତଙ୍କ ମଧ୍ୟରୁ ୫୯୮ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୩୪ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୯ ହଜାର ୭୩୭ରେ ପହଁଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦେଇଛି ।

ଆଜି ଖୋର୍ଦ୍ଧାରୁ ୨୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, କଟକରୁ ୧୫୪ ଜଣ, ବାଲେଶ୍ବରରୁ ୩୬ ଜଣ, ନୟାଗଡ଼ରୁ ୩୦ ଜଣ, ଢ଼େଙ୍କାନାଳରୁ ୨୫ ଜଣ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଳା ୨୩ ଜଣ ଲେଖାଏଁ, ମୟୂରଭଞ୍ଜରୁ ୨୦ ଜଣ, ସମ୍ବଲପୁରରୁ ୧୯ ଜଣ, ଜଗତସିଂହପୁର ଓ ପୁରୀ ଜିଲ୍ଳାରୁ ୮୨ ଜଣ ଲେଖାଏଁ, ଅନୁଗୁଳରୁ ୪୮ ଜଣ, ଭଦ୍ରକରୁ ୪୭ ଜଣ, ଯାଜପୁରରୁ ୪୩ ଜଣ, କେନ୍ଦ୍ରାପଡ଼ାରୁ ୧୮ ଜଣ, କନ୍ଧମାଳ ଓ ସୋନପୁର ଜିଲ୍ଲାରୁ ୧୦ ଜଣ ଲେଖାଏଁ, କୋରାପୁଟରୁ ୯ ଜଣ, ବରଗଡ଼, ଦେବଗଡ଼, ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରୁ ୮ ଜଣ ଲେଖାଏଁ, ଗଜପତି, ମାଲାକାନଗିରି ଓ ନବରଙ୍ଗପୁର ଜିଲ୍ଳାରୁ ୬ ଜଣ ଲେଖାଏଁ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧରୁ ୨ ଜଣ, ନୂଆପଡା ଜିଲ୍ଳାରୁ ଜଣେ ଏବଂ ଷ୍ଟେଟ୍ ପୋଲ୍‌ରୁ ୫୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Leave a Reply

Your email address will not be published.