କରୋନା ପୁଣି ନେଲା ୬୪ ଜୀବନ

ଭୁବନେଶ୍ଵର: ରାଜ୍ୟରେ କରୋନ ମୃତ୍ୟୁ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି‌ । ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୬୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କଟକ, ଯାଜପୁର, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଏଁ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଅନୁଗୁଳ, ଦେବଗଡ଼ ଓ ଝାରସୁଗୁଡ଼ା ୨ଜଣ ଲେଖାଏଁ, ବଲାଙ୍ଗୀର, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave a Reply

Your email address will not be published.