ଭୁବନେଶ୍ଵର: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜଣାଯାଇଛି ।
ଆଜି ଖୋର୍ଦ୍ଧା ଜିଲ୍ଲାରୁ ୧୧ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ସମ୍ବଲପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଜିଲ୍ଲାରୁ ୪ଜଣ ଲେଖାଏଁ ସୋନପୁର, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୮ଜଣ, ବାଲେଶ୍ୱର, ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ, ଭଦ୍ରକ, ଜଗତସିଂହପୁର, କଳାହାଣ୍ଡି, କେନ୍ଦୁଝର, ନୂଆପଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।