ରାଜ୍ୟରେ କରୋନା ନେଲା ଆଉ ୬୮ ଜୀବନ

ଭୁବନେଶ୍ଵର, (ନାଗରାଜ ନ୍ଯୁଜ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାକୁ ଲାଗିଥିବାବେଳେ, ମୃତ୍ୟୁ ସଂଖ୍ୟାରେ ଲଗାମ ଲାଗୁନି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୭୬୫ ଜଣକୁ ବୃଦ୍ଧି ପାଇଛି ।

ଆଜି କଟକ ଜିଲ୍ଲାରୁ ୨୫ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବାବେଳେ ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଅନୁଗୁଳ ଓ ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ଲେଖାଏଁ, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ଲେଖାଏଁ, ବାଲେଶ୍ୱର, ଭଦ୍ରକ ଓ ଢେଙ୍କାନାଳ ଜିଲ୍ଲାରୁ ୩ଜଣ ଲେଖାଏଁ, ନୟାଗଡ଼ ଜିଲ୍ଲାରୁ ୨ଜଣ, ବୌଦ୍ଧ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି ।

Leave a Reply

Your email address will not be published.