ଭୂବନେଶ୍ୱର, (ନାଗରାଜ ନ୍ୟୁଜ): ରାଜ୍ୟରେ କିଛି ଦିନ ହେବ କରୋନା ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୪୬କୁ ବୃଦ୍ଧି ପାଇଛି । ଆଜି କଟକ, ଖୋର୍ଦ୍ଧା, ପୁରୀ, ଅନୁଗୁଳ ଓ ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।