ଭୂବନେଶ୍ୱର, (ନାଗରାଜ ନ୍ୟୁଜ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ବ୍ରେକ ଲାଗିଛି । ଗତ ୨୪ ଘଣ୍ଟାରେ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୨ ଜଣ, କୋରାପୁଟ, କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।