ପୁଣି ଖୋର୍ଦ୍ଧାରୁ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଗ୍ରାଫ୍ ତଳକୁ ଖସିଛି । ଗତ ୨୪ ଘଣ୍ଟାରେ ଆଜି ୮୩୧୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୬୫୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୬୫୮ଟି ହେଉଛି ଲୋକାଲ୍ କେସ୍‌। ସେହିପରି ଆଉ ୩୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୭୪ ଜଣ ଥିବା ବେଳେ କଟକରୁ ୫୯୩, ମୟୂରଭଞ୍ଜରୁ ୫୩୨ ଓ ଅନୁଗୋଳ ଜିଲ୍ଲାରୁ ୫୦୫ ଜଣ ଚିହ୍ନଟ ହୋଇଛନ୍ତି।

ବାଲେଶ୍ୱର ଜିଲ୍ଲାରୁ ୪୫୨ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୨୭୯, ଭଦ୍ରକରୁ ୧୧୭, ବଲାଙ୍ଗିରରୁ ୧୧୯, ବୌଦ୍ଧରୁ ୨୦୯, ଦେବଗଡ଼ରୁ ୫୫, ଢେଙ୍କାନାଳରୁ ୪୦୭, ଗଜପତିରୁ ୮୫, ଗଞ୍ଜାମରୁ ୧୨୯, ଜଗତସିଂହପୁରରୁ ୨୮୦, ଯାଜପୁରରୁ ୩୫୪, ଝାରସୁଗୁଡ଼ାରୁ ୧୧୧, କଳାହାଣ୍ଡିରୁ ୧୬୨, କନ୍ଧମାଳରୁ ୯୦, କେନ୍ଦ୍ରାପଡ଼ାରୁ ୩୩୧, କେନ୍ଦୁଝରରୁ ୧୮୦, କୋରାପୁଟରୁ ୧୯୮, ମାଲକାନଗିରିରୁ ୧୦୩, ନବରଙ୍ଗପୁରରୁ ୨୦୫, ନୟାଗଡ଼ରୁ ୨୮୩, ନୂଆପଡ଼ାରୁ ୫୩, ପୁରୀରୁ ୪୦୫, ରାୟଗଡ଼ାରୁ ୧୪୮, ସମ୍ବଲପୁରରୁ ୨୦୪, ସୋନପୁରରୁ ୧୨୩ ଓ ସୁନ୍ଦରଗଡ଼ରୁ ୪୬୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୧୬୨ ଜଣ ଚିହ୍ନଟ ହୋଇଛନ୍ତି।

୮୩୧୩ ଜଣ ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୬୪ ହଜାର ୯୯୭ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୬ ଲକ୍ଷ ୭୦ ହଜାର ୫୨୭ ଜଣ ସୁସ୍ଥ ହୋଇସାରିଛନ୍ତି। ୯୧ ହଜାର ୬୬୩ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି ଆଉ ୩୫ ଜଣଙ୍କ ଜୀବନ ଯିବା ପରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୫୪କୁ ବୃଦ୍ଧି ପାଇଛି।

Leave a Reply

Your email address will not be published.