୨୪ ଘଣ୍ଟା ମଧ୍ୟରେ କରୋନା ନେଲା ୬୮ ଜୀବନ

ଭୁବନେଶ୍ଵର: ରାଜ୍ୟରେ କରୋନ ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟାରେ ହ୍ରାସ ପାଉନି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣଙ୍କ ପ୍ରାଣ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୯୦୨ ଜଣଙ୍କର ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆଜି ବରଗଡ଼, ବଲାଙ୍ଗୀର, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ନୟାଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ଭଦ୍ରକ, ଜଗତସିଂହପୁର, କଳାହାଣ୍ଡି, ନବରଙ୍ଗପୁର ଓ ସମ୍ବଲପୁର ଜିଲ୍ଲାରୁ ୨ଜଣ ଲେଖାଏଁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୮ ଜଣ, ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ ଲେଖାଏଁ, ବାଲେଶ୍ୱର ଓ ପୁରୀ ଜିଲ୍ଲାରୁ ୫ଜଣ ଲେଖାଏଁ, କଟକ ଓ ମୟୂରଭଞ୍ଜ ଜିଲ୍ଲାରୁ ୪ଜଣ ଲେଖାଏଁ, ବୌଦ୍ଧ, ଯାଜପୁର ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Leave a Reply

Your email address will not be published.