ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୪୫ ଆକ୍ରାନ୍ତ ଚିହ୍ନଟ

ଭୂବନେଶ୍ୱର, (ନାଗରାଜ ନ୍ୟୁଜ): ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଛି । ଗତ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୭୪୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେମାନଙ୍କ ମଧ୍ୟରୁ ୧୮ ବର୍ଷ ବୟସର ୧୧୯ ନୂଆ ରୋଗୀ ଚିହ୍ନଟ ହୋଇଥିବାବୋଳେ ୪୩୫ ଜଣ କ୍ଵାରେଣ୍ଟାଇନ୍ ଓ ୩୧୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୫ ହଜାର ୦୮୩ ଜଣକୁ ବୃଦ୍ଧି ପାଇଛି।

ତେବେ ଆଜି ଖୋର୍ଦ୍ଧାରୁ ୨୯୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୧୨୦ ଜଣ, ପୁରୀରୁ ୧୭ ଜଣ, ବରଗଡ଼ ଓ ନୟାଗଡ଼ ଜିଲ୍ଲାରୁ ୧୧ ଜଣ ଲେଖାଏଁ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାରୁ ୧୦ ଜଣ ଲେଖାଏଁ, ଭଦ୍ରକ ଓ ଢ଼େଙ୍କାନାଳ ଜିଲ୍ଲାରୁ ୯ ଜଣ ଲେଖାଏଁ, ଦେବଗଡ଼ରୁ ୬ ଜଣ, କେନ୍ଦୁଝରରୁ ୫ ଜଣ, ମୟୂରଭଞ୍ଜରୁ ୩୨ ଜଣ, ବାଲେଶ୍ୱରରୁ ୩୦ ଜଣ, ଯାଜପୁରରୁ ୨୭ ଜଣ, ସୁନ୍ଦରଗଡ଼ରୁ ୨୪ ଜଣ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ ଜଣ ଲେଖାଏଁ, ନବରଙ୍ଗପୁରରୁ ୪ ଜଣ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରୁ ୩ ଜଣ ଲେଖାଏଁ, ନୂଆପଡ଼ା ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ, କୋରାପୁଟ, ମାଲକାନଗିରି ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେ୍ଟ ପୋଲ୍‌ରୁ ୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave a Reply

Your email address will not be published.