ଭୁବନେଶ୍ଵର: ରାଜ୍ୟରେ ବେଲଗାମ କରୋନା ମୃତ୍ୟୁ ସଂଖ୍ଯା । ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣଙ୍କ ଜୀବନ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୭୦୩ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ କେନ୍ଦୁଝର ଓ ପୁରୀରୁ ୫ ଜଣ ଥିବାବେଳେ ସୁନ୍ଦରଗଡ଼ରୁ ସର୍ବାଧିକ ୧୪ ଜଣ, ଖୋର୍ଦ୍ଧାରୁ ୮ ଜଣ, ଅନୁଗୁଳ ଓ କଟକରୁ ୬ ଜଣ, ବୌଦ୍ଧ ଓ ସମ୍ବଲପୁରରୁ ୪, ଭଦ୍ରକରୁ ୨ ଜଣ, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ଓ ନୟାଗଡ଼ରୁ ଜଣେ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି।