ରାଜ୍ୟରେ ଆଉ ୭ ମୁଣ୍ଡ ନେଲା କରୋନା

ଭୂବନେଶ୍ୱର, (ନାଗରାଜ ନୁ୍ୟଜ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବୃଦ୍ଧି ଘଟିଛି । ଗତ ୨୪ ଘଣ୍ଟାରେ ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୫୭କୁ ବୃଦ୍ଧି ପାଇଛି । କଟକ, ଖୋର୍ଦ୍ଧା, ପୁରୀ, ଅନୁଗୁଳ, ଯାଜପୁର, ନବରଙ୍ଗପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

Leave a Reply

Your email address will not be published.