ଭୂବନେଶ୍ବର: ହାହାକାର ସୃଷ୍ଟି କରିଛି କରୋନା ମୃତ୍ୟୁ ସଂଖ୍ୟା । କରୋନାରେ ଦୈନିକ ମୃତ୍ୟୁ ସଂଖ୍ୟା ୪୦ ଉପରେ ରହୁଛି । ଗତ ୨୪ ଘଣ୍ଟାରେ ୪୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଆଜି ଖୋର୍ଦ୍ଧା ଜିଲ୍ଲାରୁ ୧୩ ଜଣ, ଜଗତସିଂହପୁର, ଢେଙ୍କାନାଳ, ଯାଜପୁର, କଳାହାଣ୍ଡି, ନୟାଗଡ ଓ ପୁରୀରୁ ୨ ଜଣ ଲେଖାଏଁ, ବରଗଡରୁ ୫ ଜଣ, ସୁନ୍ଦରଗଡରୁ ୪ ଜଣ, ଅନୁଗୁଳ, ଗଞ୍ଜାମ, ଝାରସୁଗୁଡା ଓ ସମ୍ବଲପୁରରୁ ୩ ଜଣ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ମୃତକଙ୍କୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୪୧୯୬କୁ ବୃଦ୍ଧି ପାଇଛି ।