ଭୂବନେଶ୍ବର: ବେଲଗାମ ହେଉଛି ମହାମାରୀ । ସଂକ୍ରମଣ ସଂଖ୍ୟା କମୁଥିବାବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନି । ଗତ ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମଣରେ ଆଉ ୪୫ ଜଣଙ୍କର ମୃତ୍ୟୁ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ ଓ ବରଗଡ଼ ଜିଲ୍ଲାରୁ ୫ ଜଣ ଲେଖାଏଁ, ଢେଙ୍କାନାଳ ଜିଲ୍ଲାରୁ ୪ ଜଣ ରହିଥିବା ବେଳେ ସମ୍ବଲପୁର, କୋରାପୁଟ, ସୁନ୍ଦରଗଡ଼ ଓ ସୋନପୁର, ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ନୟାଗଡ଼ ଓ ପୁରୀ, ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, ଅନୁଗୁଳ, ଝାରସୁଗୁଡ଼ା, କେନ୍ଦ୍ରାପଡା, କନ୍ଧମାଳ ଓ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୧୫୪କୁ ବୃଦ୍ଧି ପାଇଛି ।