ଆଜିର ରାଶି ଚକ୍ର ଓ ପଞ୍ଜିକା

ଆଜିର ପଞ୍ଜିକା
*✧═════•❁❀❁•═════✧*
*ଅଦ୍ୟ ଜୁଲାଇ ମାସ ୦୧ ତାରିଖ ୨୦୨୧ ମସିହା(ଗୁରୁବାର)*
*ଶକାବ୍ଦ -୧୯୪୩*
*ସମ୍ବତ -୨୦୭୮*
*ସାଲ-୧୪୨୮*
*ସମ୍ବତ୍ସର -ରାକ୍ଷସ*
*ଆଷାଢ଼ମାସ-କୃଷ୍ଣପକ୍ଷ*
*ତିଥି-ସପ୍ତମୀ ଦିବା ଘ ୦୧/୫୧ ପର୍ଯ୍ୟନ୍ତ ତଦନ୍ତେ ଅଷ୍ଟମୀ*
*ନକ୍ଷତ୍ର- ଉତ୍ତରଭାଦ୍ର ରାତ୍ରି ଘ ୦୨/୨୦ ପର୍ଯ୍ୟନ୍ତ ତଦନ୍ତେ ରେବତୀ*
*ଚନ୍ଦ୍ର- ମୀନ*
*ଯୋଗ-ଶୌଭାଗ୍ୟ*
*କରଣ-ବବ*
*ସୌରମାସ-ମିଥୁନ ୧୭ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୧୫/୨୬*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୬/୩୯*
*✧═════•❁❀❁•═════✧*
*ଯୋଗିନୀ ବାୟବ୍ୟେ ଦିବା ଘ ୦୧/୫୧ ପର୍ଯ୍ୟନ୍ତ ତଦନ୍ତେ ଐଶାନ୍ୟେ*
*ଧନୁ ରାଶିର ଘାତଚନ୍ଦ୍ର*
*ତୁଳା ଓ କୁମ୍ଭ ରାଶିର ଘାତବାର*
*ସପ୍ତମୀର ଏକୋଦିଷ୍ଟ ଶ୍ରାଦ୍ଧ*
✧═════•❁❀❁•═══
*କାଳବେଳ। ଓ ବାରବେଳ।- ଦିବା ଘ ୦୩/୦୬ଗତେ ଘ୦୬/୨୭ ମଧ୍ୟେ*
✧═════•❁❀❁•═══
*ବିଶୁଦ୍ଧଅମୃତବେଳ। -ରାତ୍ରି ଘ୦୭/୧୪ ଗତେ ଘ୦୯/୩୭ମଧ୍ୟେ ଓ ଘ୧୨/୫୧ ଗତେ ଘ୦୩/୧୫ ମଧ୍ୟେ*
*ବିଶୁଦ୍ଧ ମହେନ୍ଦ୍ର ବେଳ।- ପ୍ରାତଃ ଘ୦୬/୦୩ ମଧ୍ୟେ ଓ ଦିବା ଘ୦୯/୧୫ ଗତେ ଘ୧୦/୫୦ ମଧ୍ୟେ**
*═✧*══•❁❀❁•═════✧
*ଅଦ୍ୟ ତାଳ ଦିବା ଘ୦୧/୫୧ଗତେ ନଡ଼ିଆ ଭକ୍ଷଣ ନିଷେଧ*
═✧*══•❁❀❁•═════✧*

                    ଆଜିର ରାଶି ଚକ୍ର
*✧═════•❁❀❁•═════✧*
*ମେଷ*
*ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିଯିବାର ଆଶଙ୍କା ରହିଛି। ନିଜ ବ୍ୟବହାର ପାଇଁ ନିକଟ ସମ୍ପର୍କୀୟମାନେ ଦୂରେଇଯାଇ ପାରନ୍ତି। ପାରିବାରିକ ମତାନ୍ତରକୁ କେନ୍ଦ୍ରକରି ନୂତନ କର୍ମସସ୍ଥାନ ପାଇଁ ମନ ବଳିପାରେ।*
*✧═════•❁❀❁•═════✧*
*ବୃଷ*
*ସାମାଜିକ ସ୍ତରରେ ଅପ୍ରିୟ ସତକଥା କହି ବିରୋଧୀ ହେବାର ସମ୍ଭାବନା ରହିଛି ।ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମକରି ବିଜୟହେବେ। ଦୃଢ଼ତାର ସହ ପାରିବାରିକ ଶୃଙ୍ଖଳା ରକ୍ଷାକରି ସମାଲୋଚିତ ହୋଇ ପାରନ୍ତି। ମାଲିମକଦ୍ଦମା ଓ ବିବାଦ ସମାଧାନ ହୋଇଯିବ।*

*✧═════•❁❀❁•═════✧*
*ମିଥୁନ*
*ଆଜି ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ଆବଶ୍ୟକ ସମୟରେ ପାଖରେ ନ ଥିବା ଜିନିଷଟି ପାଇଁ ବିବାଦ ବଢ଼ିପାରନ୍ତି।ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ ପୂର୍ବ ଯୋଜନା ମୁତାବକ କର୍ମରେ ନିଯୁକ୍ତ ହେବେ। ପାରିବାରିକ କ୍ଷେତ୍ରରେ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି।*

*✧═════•❁❀❁•═════✧*
*କର୍କଟ*
*ଆଜି ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ* *ହୋଇପାରେ।କର୍ମକ୍ଷେତ୍ରରେ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ। ନୂତନ କର୍ମାରମ୍ଭ ସମସ୍ତଙ୍କ ସହଯୋଗ ଭିତ୍ତିରେ ପ୍ରୀତିପଦ ହେବ। ଦକ୍ଷତା ଓ ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ପ୍ରଶଂସିତ ହୋଇପାରିବେ।*

*✧═════•❁❀❁•═════✧*
*ସିଂହ*
*ଆଜି ଦିନରେ ମାତ୍ରାଧିକ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ *ହୋଇପାରନ୍ତି।ମାନସିକ ଅସ୍ଥିରତା କାରଣରୁ ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ।*
*ଆଜିର ଆନୁଷ୍ଠାନିକ କାମରେ ଉପକୃତ ହୋଇପାରନ୍ତି।*

*✧═════•❁❀❁•═════✧*
*କନ୍ୟା*
*ବାରମ୍ବାର କାନକୁହା କଥା ଶୁଣି ବିଶ୍ୱସ୍ତ କର୍ମଚାରୀଟିର ମନୋଭାବ ବଦଳିଯାଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ରହିବେ।ଖର୍ଚ୍ଚାଧିକ କାରଣରୁ ମନସ୍ତାପ ହୋଇପାରେ। ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।*

*✧═════•❁❀❁•═════✧*
*ତୁଳା*
*ଆଜି ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ। ହାତକୁ ନେଇଥିବା ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ।*
*ବିଗତ ଦିନଗୁଡ଼ିକରେ ସୃଷ୍ଟି ହୋଇଥିବା ସମସ୍ୟା ଆଜି ହଠାତ୍‌ ସମାଧାନ ହୋଇଯିବ। ଆନୁଷ୍ଠାନିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।*
*✧═════•❁❀❁•═════✧*

*ବିଛା*
*ଆଜି ଆନୁଷ୍ଠାନିକ କ୍ଷେତ୍ରରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ ।ଆପଣ ଙ୍କ ସମସ୍ତ ଆଶା ଓ ଆକାଂକ୍ଷାକୁ ପୂରଣ କରିବାରେ ସମର୍ଥ ହେବ। ରଚନାମତ୍କ କାର୍ଯ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ।*
*✧═════•❁❀❁•═════✧*
*ଧନୁ*
*ଆଜି ବାଣିଜ୍ୟ, ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ବ୍ୟତୀତ କିଛି କରିପାରିବେ ନାହିଁ । ସମସ୍ୟା ସମାଧାନ ପାଇଁ କଚେରି ମାମଲାରେ ଆଇନଜ୍ଞଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡିପାରେ।*

*✧═════•❁❀❁•═════✧*
*ମକର*
*ଆଜି ଆପଣ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଜଗିରଖି କାମ କରିବା ଓ କହିବା ଭଲ ହେବ ଅନ୍ୟଥା ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ସାମାଜିକ କିମ୍ବା ରାଜନୈତିକ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।*

*✧═════•❁❀❁•═════✧*
*କୁମ୍ଭ*
*ଆଜି କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ। ବନ୍ଧୁ କିମ୍ବା ସହକର୍ମୀଙ୍କ ସ୍ପର୍ଶକାତର କଥାରେ ଚିହ୍ନା ପଡ଼ନ୍ତୁ ନାହିଁ। କାର୍ଯ୍ୟ ସମ୍ପୂର୍ଣ୍ଣ ପାଇଁ ବନ୍ଧୁ ମାନଙ୍କ ସାହାଯ୍ୟ ଦରକାର ପଡିପାରେ। କର୍ମକ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇରହିଛି କାର୍ଯ୍ୟ କଲେ ଉପକୃତ ହେବେ।*
*✧═════•❁❀❁•═════✧*
*??ମୀନ*
*ଆଜି ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିପାରେ।ଅତୀତ କଥାକୁ ନେଇ ଗୁଡାଏ ଚିନ୍ତାକରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରିବେ।*
*✧═════•❁❀❁•═════✧*

Leave a Reply

Your email address will not be published.