ଆଜିର ପଞ୍ଜିକା
*✧═════•❁❀❁•═════✧*
*ଅଦ୍ୟ ଅଗଷ୍ଟ ମାସ ୦୫ ତାରିଖ ୨୦୨୧ ମସିହା(ଗୁରୁବାର)*
*ଶକାବ୍ଦ -୧୯୪୩*
*ସମ୍ବତ -୨୦୭୮*
*ସାଲ-୧୪୨୮*
*ସମ୍ବତ୍ସର-ରାକ୍ଷସ*
*ଶ୍ରାବଣମାସ-କୃଷ୍ଣପକ୍ଷ*
*ତିଥି-ଦ୍ଵାଦଶୀ ଦିବା ଘ୦୪/୫୩ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀ*
*ନକ୍ଷତ୍ର- ଆଦ୍ରା*
*ଚନ୍ଦ୍ର-ମିଥୁନ*
*ଯୋଗ-ହର୍ଷଣ*
*କରଣ-ତୈତିଳ*
*ସୌରମାସ-କର୍କଟ ୨୧ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୨୮/୦୯*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୮/୧୦*
*✧═════•❁❀
*ଯୋଗିନୀ ନୈରୁତେ ଦିବା ଘ୦୪/୫୩ ପର୍ଯ୍ୟନ୍ତ ତଦନ୍ତେ ଦକ୍ଷିଣେ*
*କନ୍ୟା ରାଶିର ଘାତଚନ୍ଦ୍ର*
*ତୁଳା ଓ କୁମ୍ଭ ରାଶିର ଘାତବାର*
*ଦ୍ଵାଦଶୀ ର ଏକୋଡ଼ିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•═══
*କାଳବେଳ। ଓ ବାର ବେଳ।- ଦିବା ଘ୦୩/୦୪ ଗତେ ଘ୦୬/୧୯ ମଧ୍ୟେ*
══•❁❀❁•═══
*ବିଶୁଦ୍ଧ ଅମୃତ ବେଳ। – ରାତ୍ର ଘ୦୧/୩୨ ଗତେ ଘ୦୩/୫୫ ମଧ୍ୟେ*
*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୭/୦୪ ମଧ୍ୟେ ଓ ଘ୧୦/୧୬ ଗତେ ଘ୧୨/୪୦ ମଧ୍ୟେ*
*═✧*══•❁❀❁•═════✧
*ଅଦ୍ୟ ପୋଇ ଦିବା ଘ ୦୪/୫୩ ଗତେ ବାଇଗଣ ଭକ୍ଷଣ ନିଷେଧ*
*═✧*══•❁❀❁•═════✧
ଆଜିର ରାଶିଚକ୍ର
*✧═════•❁❀❁•═════✧*
*ମେଷ – ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ |*
*✧═════•❁❀❁•═════✧*
*ବୃଷ – ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ | ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି ।ସାମାଜିକ ପ୍ରତିଷ୍ଠା, ଯଶ କୀର୍ତ୍ତି ମିଳିପାରେ ।*
*✧═════•❁❀❁•═════✧*
*ମିଥୁନ – ଆଜି ପରିବାରରେ ସୁଖ-ଶାନ୍ତିରେ ସମୟ କାଟିବେ ।ସ୍ବାସ୍ଥ୍ୟବାନ ରହିବା ସହ ଅର୍ଥପ୍ରାପ୍ତି ହେବ ।ଅଯଥା କଥାରେ ରାଗନ୍ତୁ ନାହିଁ;ନଚେତ ଅସୁବିଧା ହୋଇପାରେ | କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିପାରେ ।ବ୍ୟାପାରରେ ପାର୍ଟନରଙ୍କ ସହଯୋଗ ଦ୍ୱାରା ନୂତନ ଯୋଜନାକୁ କାର୍ଯ୍ୟକାରୀ କରି ଲାଭ ମିଳିବ।*
*✧═════•❁❀❁•═════✧*
*କର୍କଟ – ଆଜି ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାବୃଦ୍ଧି କରିପାରେ । କଟୁବାକ୍ୟ କହିବାରୁ ନିକଟ ସମ୍ପର୍କୀୟଙ୍କ ସହ କଳହ ହୋଇପାରେ | ଅଯଥା ଖର୍ଚ୍ଚବୃଦ୍ଧି ଯୋଗୁଁ ଚିନ୍ତିତ ରହିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ନିନ୍ଦା ଅପବାଦ ମିଳିପାରେ | ବ୍ୟାପାରରେ ନୂତନ ନିବେଶରୁ ଦୂରେଇ ରୁହନ୍ତୁ |*
*✧═════•❁❀❁•═════✧*
*ସିଂହ– ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ ।ପରିବାରରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ | ଦୁଃସମ୍ବାଦମିଳିପାରେ ।କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ |*
*✧═════•❁❀❁•═════✧*
*କନ୍ୟା – ଆଜି ଶତ୍ରୁ ପରାଜୟ ହୋଇପାରେ | ବନ୍ଧୁଙ୍କ ସହ ଉତ୍ତମ ସମୟ ବିତେଇବେ | ଆଧ୍ୟାତ୍ମ୍ୟ ଦିଗରେ ସମୟ ନିୟୋଜିତ କରିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ କିଛି ନୂଆ ଯୋଜନା ପାଇଁ ବିଦେଶ ଯାତ୍ରା କରିବେ ।ବ୍ୟାପାରରେ ଲାଭବାନ ହେବେ ।ପରିବାରରେ ସୁଖରେ ସମୟ ବିତିବ।*
*✧═════•❁❀❁•═════✧*
*ତୁଳା – ବନ୍ଧୁ ପରିଜନଙ୍କ ସହ ଉତ୍ତେଜିତ ହୋଇ ବାର୍ତ୍ତାଳାପ କରନ୍ତୁ ନାହିଁ | ଜିଦି ସ୍ଵଭାଵ ଯୋଗୁଁ କାର୍ଯ୍ୟ ବିଗିଡିଯାଇପାରେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ବାକବିତଣ୍ଡା ହୋଇପାରେ | ବ୍ୟାପାରରେ ହାନି ହୋଇପାରେ | ପରିବାରରେ ସଦସ୍ୟଙ୍କ ସହ ମନୋମାଳିନ୍ୟ ହୋଇପାରେ ।ଆଜି କୌଣସି ଜରୁରୀ ନିର୍ଣ୍ଣୟ ନିଅନ୍ତୁ ନାହିଁ ।*
*✧═════•❁❀❁•═════✧*
*ବିଛା – ଆଜି ନିଜ ବନ୍ଧୁପରିଜନ ଠାରୁ ଉପହାର ମିଳିପାରେ | କୌଣସି ଶୁଭସମାଚାର ପାଇ ମନ ଉଲ୍ଲସିତ ହେବ | କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ଦ୍ୱାରା ନିଜ କାମ ସଫଳ ହେବ | ବ୍ୟବସାୟରେ ଉନ୍ନତି ଯୋଗୁଁ ମାନସିକ ଶାନ୍ତି ମିଳିପାରେ | ପରିବାରରେ ସୁଖ-ଆନନ୍ଦରେ ସମୟ ବିତିବା ସହ ଉତ୍ତମ ଭୋଜନ ମିଳିବ ।*
*✧═════•❁❀❁•═════✧*
*ଧନୁ – ଆଜି ଶାରୀରିକ ଅସୁସ୍ଥତା ଯୋଗୁଁ ଧନଖର୍ଚ୍ଚ ହୋଇପାରେ | ବାକ-ସଂଯତ ରୁହନ୍ତୁ; ନଚେତ ବାଦବିବାଦ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ଅଳସୁଆମୀ ବୃଦ୍ଧି ହେତୁ ଉଚ୍ଚସ୍ଥଅଧିକାରୀଙ୍କ ଗାଳି ଶୁଣିବାକୁ ପଡିପାରେ | ବ୍ୟାପାରରେ ଦିନଟି ମଧ୍ୟମ ରହିବ | ପରିବାରରେ ତର୍କ-ବିତର୍କ ଯୋଗୁଁ କଳହ ଦେଖାଦେବ ।*
*✧═════•❁❀❁•═════✧*
*ମକର – ଆଜି ସାମାଜିକ ମାନ-ସମ୍ମାନ ମିଳିପାରେ | ମିତ୍ରଙ୍କ ସହ ମନୋରଞ୍ଜନ ପାଇଁ ଭ୍ରମଣରେ ଯାଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ କୌଣସି ମହିଳା ସହଯୋଗୀ ସାହାଯ୍ୟ କରିବେ | ବ୍ୟାପାରରେ ନୂତନ ନିବେଶ ଲାଭବାନ କରାଇବ | ପରିବାରରେ କୌଣସି ଶୁଭ କାର୍ଯ୍ୟ ଆୟୋଜନରେ ବ୍ୟସ୍ତ ରହିବେ |*
*✧═════•❁❀❁•═════✧*
*କୁମ୍ଭ – ଆଜି ପ୍ରତି କ୍ଷେତ୍ରରେ ସୁଫଳ ମିଳିବା ସହ ଧନବୃଦ୍ଧି ହୋଇପାରେ | କୌଣସି ଦୀର୍ଘଦିନ ଧରି ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ ହେବାରୁ ମନ ପ୍ରଫୁଲ୍ଲ ରହିବ | ଗୁରୁଜନଙ୍କ ଆଶୀର୍ବାଦ ମିଳିବ | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ନିବେଶ ଶୁଭ ରହିବ | ପରିବାରରେ ସୁଖ-ଆନନ୍ଦରେ ସମୟ କାଟିବେ |**✧═════•❁❀❁•═════✧*
*ମୀନ – ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ | ଜରୁରୀ କାର୍ଯ୍ୟ କିମ୍ୱା ନିର୍ଣୟ ନିଅନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ | ବ୍ୟାପାରରେ ବାଧା ଆସିପାରେ | ପରିବାରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ |*