ଆଜିର ପଞ୍ଜିକା
ଅଦ୍ୟ ନଭେମ୍ବର ମାସ ୨୪ ତାରିଖ ୨୦୨୨ ମସିହା(ଗୁରୁବାର)
ଶକାବ୍ଦ -୧୯୪୪
ସମ୍ବତ -୨୦୭୯
ଦିଲ୍ଲୀସ୍ୱରାଦ୍ଧ-୧୪୩୦
ସମ୍ବତ୍ସର-ଅନଳ
ମାର୍ଗଶିର-ଶୁକ୍ଳପକ୍ଷ
ତିଥି- ପ୍ରତିପଦ ରାତି ଘ୦୧/୩୭ ଗତେ ଦ୍ଵିତୀୟା
ନକ୍ଷତ୍ର- ଅନୁରାଧା ରାତ୍ରି ଘ୦୮/୧୧ ଗତେ ଜ୍ୟେଷ୍ଠା
ଚନ୍ଦ୍ର- ବିଛା
ଯୋଗ- ଅତିଗଣ୍ଡ
କରଣ – କିଂସ୍ତୁଗ୍ନ
ସୌରମାସ- ବିଛା ୦୯ ଦିନ
ସୁର୍ୟୋଦୟ-ପ୍ରାତଃ ଘ୦୬/୪/୩୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୩/୦୦
ଯୋଗିନୀ ପୂର୍ବେ ରାତ୍ରି ଘ୦୧/୩୭ ଗତେ ଉତ୍ତରେ
ତୁଳା ଓ କୁମ୍ଭ ରାଶିର ଘାତବାର
ପ୍ରତିପଦ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କାଳବେଳା ଓ ବାରବେଳା – ଦିବା ଘ ୦୨/୧୬ଗତେ ଘ୦୫/୦୨ ମଧ୍ୟେ
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୬/୪୦ ମଧ୍ୟେ ଓ ରାତ୍ରି ଘ୦୫/୫୦ ଗତେ ଘ୦୯/୦୨ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି
ଅଦ୍ୟ ପାଣି କଖାରୁ ଭକ୍ଷଣ ନିଷେଧ
ଆଜିର ରାଶିଚକ୍ର
ମେଷ
ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ।
ବୃଷ
ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ମିଥୁନ
ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକ କାମ ବିବେକର ସହ କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ।
କର୍କଟ
ଆଜି ଆପଣ କିଛି ଖାସ୍ କରିବା ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି।
ସି˚ହ
ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବ˚ ଯଥେଷ୍ଟ ଲାଭ ପାଇବେ। ଅଫିସରେ କୌଣସି ଖୁସି ଖବର ମିଳିବ।
କନ୍ୟା
ଆଜି ଆପଣ କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ବିଭିନ୍ନ ପ୍ରକାର ଲୋକଙ୍କ ସହିତ ମିଶିବେ। କୌଣସି ବଡ଼ ନେଣଦେଣ କରିପାରନ୍ତି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ।
ତୁଳା
ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ। ଅଫିସରେ ବାତାବରଣ ଅନୁକୂଳ ରହିବ। ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ।
ବିଛା
ସଫଳତା ମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍ ଆନନ୍ଦ ପାଇବେ।
ଧନୁ
ଆପଣ ନିଜକୁ ଖୁବ୍ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ଅଚାନକ ଧନପ୍ରାପ୍ତି ହେବ।
ମକର
ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି।
କୁମ୍ଭ
ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ଅଫିସରେ ଉଚ୍ଚ ଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ; ଭଲ ଫଳାଫଳ ମିଳିବ। ପିଲା ଓ ପରିବାର ସହିତ ହସଖୁସିେର ସମୟ କଟିବ।
ମୀନ
ଦିନଟି ଆପଣଙ୍କ ପାଇଁ ଖୁବ୍ ଭଲ ରହିବ। କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ। ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସା କରିବେ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।