ଆଜିର ରାଶିଚକ୍ର

ଆଜିର ପଞ୍ଜିକା

ଅଦ୍ୟ ନଭେମ୍ବର ମାସ ୧୫ ତାରିଖ ୨୦୨୧ ମସିହା(ସୋମବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୯
ସମ୍ବତ୍ସର-ରାକ୍ଷସ
କାର୍ତ୍ତିକ- ଶୁକ୍ଳପକ୍ଷ
ତିଥି- ଏକାଦଶୀ ଦିବା ଘ୦୬/୪୬ ପର୍ଯ୍ୟନ୍ତ ତଦନ୍ତେ ଦ୍ଵାଦଶୀ
ନକ୍ଷତ୍ର- ଉତ୍ତର ଭାଦ୍ର ସଂ ଘ୦୬/୫୯ ପର୍ଯ୍ୟନ୍ତ ତଦନ୍ତେ ରେବତୀ
ଚନ୍ଦ୍ର- ମୀନ
ଯୋଗ-ବଜ୍ର
କରଣ – ଵିଷ୍ଟି
ସୌରମାସ- ତୁଳା ୩୦ ଦିନ
ସୁର୍ୟୋଦୟ-ପ୍ରାତଃ ଘ୦୫/୫୯/୨୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୪/୩୧
ଯୋଗିନୀ ଅଗ୍ନିକୋଣେ ଦିବା ଘ୦୬/୪୬ ପର୍ଯ୍ୟନ୍ତ ତଦନ୍ତେ ନୈରୁତେ
ମିଥୁନ ରାଶିର ଘାତବାର
ଧନୁ ରାଶିର ଘାତଚନ୍ଦ୍ର
ଦ୍ୱାଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କାଳବେଳ -ଦିବା ଘ ୦୭/୨୩ ଗତେ ଘ୦୮/୪୯ ମଧ୍ୟେ
ବାରବେଳ।- ଦିବା ଘ ୦୨/୧୫ ଗତେ ଘ୦୩/୩୯ ମଧ୍ୟେ
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୭/୨୨ ମଧ୍ୟେ ଓ ଦିବା ଘ ୦୯/୧୧ ଗତେ ଘ୧୧/୩୪ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି
ଅଦ୍ୟ ପୋଇ ଭକ୍ଷଣ ନିଷେଧ

ଆଜିର ରାଶିଚକ୍ର

ମେଷ:

ଆଜି ଆପଣ ଘରେ ଝଗଡ଼଼ା କରିପାରନ୍ତି, ନିଜ ରାଗକୁ ନିୟନ୍ତ୍ରଣରେ ରଖନ୍ତୁ । ଏହି ଝଗଡ଼ା ଘରର ସଫା ସୁତୁରା କିମ୍ବା କର୍ତ୍ତବ୍ୟକୁ ନେଇ ହୋଇପାରେ । କଳି ଠାରୁ ବଞ୍ଚନ୍ତୁ ଏବଂ ନିଜ ଘରର ଶାନ୍ତି ବଜାୟ ରଖନ୍ତୁ ।

ବୃଷ:

ଆଜି ଆପଣ ନିଜ ନିଷ୍ପତ୍ତିରେ ଅଟଳ ରୁହନ୍ତୁ ଏବଂ ଆଉ କାହା କଥାରେ ପ୍ରଭାବିତ ହୁଅନ୍ତୁ ନାହିଁ । ଭଲ ହେବ ନିଜ ବିଚ଼ାରକୁ ନିଜେ ଶୁଣନ୍ତୁ । କୌଣସି ବ୍ୟକ୍ତିର ବିଚ଼ାର ଧାରାକୁ ନିଜ ଉପରେ ପ୍ରଭାବିତ ହେବାକୁ ଦିଅନ୍ତୁ ନାହିଁ ।

ମିଥୁନ:

ଆପଣଙ୍କ ବ୍ୟବହାରକୁ ସମସ୍ତେ ପ୍ରଶଂସା କରିବେ । ଆଜି ଆପଣଙ୍କର ମିତ୍ରତା ଆପଣଙ୍କ ମିତ୍ର ପାଇଁ ବହୁତ ଲାଭଦାୟକ ହେବ ଏବଂ ଭବିଷ୍ୟତରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ହେବେ ।

କର୍କଟ:

ଆଜି ଆପଣଙ୍କ ଚ଼ିରାଚ଼ରିତ ଦିନଚ଼ର୍ଯ୍ୟା ବଦଳି ଯିବ । ଏହା ବୋଧହୁଏ ଆପଣଙ୍କ ଘରେ ପର୍ବପର୍ବାଣି ବା କୈ।ଣସି ଆନୁଷ୍ଠନିକ କାରଣରୁ ହୋଇପାରେ ।ବହୁଦିନର ପୁରାତନ ବନ୍ଧୁଦର୍ଶନ ଯୋଗ ଅଛି।

ସିଂହ:

ଆଜି ଆପଣଙ୍କର କୌଣସି ପରିବାରବର୍ଗ ସଦସ୍ୟ କିମ୍ବା ପୋଡଶୀଙ୍କ ସହ ଝଗଡାରୁ ନିଜକୁ ରକ୍ଷା କରନ୍ତୁ । କୌଣସି ଏକ ଛୋଟ ସମସ୍ୟା ବିରାଟ ରୂପ ଧାରଣ କରିପାରେ ।

କନ୍ୟା:

ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।

ତୁଳା:

ଆପଣଙ୍କ ପରିବାର ଆପଣଙ୍କ ପାଇଁ ସହାୟତାର ସ୍ରୋତ ହେବ । ସେମାନେ ଆପଣଙ୍କର ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଟନ୍ତି ।ତେଣୁ ଆପଣ ସେମାନଙ୍କ କଥା ଶୁଣିବା ଉଚ଼ିତ୍ ।

ବିଛା:

ଆଜି ଆପଣ ନିଜ ଶାରୀରିକ ସୁନ୍ଦରତା ଆଡ଼କୁ ବହୁତ ଧ୍ୟାନ ଦେବେ, ଆପଣ ନିଜ ମନପସନ୍ଦର ପୋଷାକ ପିନ୍ଧିବେ ଓ ବହୁତ ସମୟ ଧରି ନିଜ କେଶ ସଜାଇବେ । ଆପଣଙ୍କ ଏହି ନୂଆ ରୂପକୁ ଦେଖି ଲୋକେ ଆପଣଙ୍କ ପ୍ରଶଂସା କରିବେ ।

ଧନୁ:

ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିବେ । ଏହାର ମାନେ ହୋଇପାରେ କି ସେ ଆପଣଙ୍କୁ ଠିକ୍ ରାସ୍ତା ଦେଖାଇ ଆପଣଙ୍କର ଦରକାର ମୁତାବକ ସାହାଯ୍ୟ କରିବେ ।

ମକର:

କୌଣସି ନିକଟ ସମ୍ପର୍କିୟ ସାଂଗରେ ଆପଣଙ୍କର ଖରାପ ସମ୍ପର୍କ ହୋଇପାରେ । ଆପଣ ଏହି ସମ୍ପର୍କକୁ ଶିଘ୍ର ଠିକ କରିବାକୁ ଚାହିଁବେ । ଆପଣଙ୍କ ଚାହିଁବା ମୁତାବକ କାଯ୍ୟ ହୋଇପାରିବ ନାହିଁ।

କୁମ୍ଭ:

ବୋଧହୁଏ ଆଜି ଆପଣଙ୍କୁ ଲାଗିପାରେ କି ଆପଣଙ୍କୁ ସମସ୍ତେ ଭୂଲ୍ ବୁଝୁଛନ୍ତି । ମନେ ରଖନ୍ତୁ ଯେ ସବୁବେଳେ ଆମେ ସମସ୍ତଙ୍କୁ ଖୁସୀରେ ରଖି ପାରିବା ନାହିଁ ।ନିଜକର୍ମ କରିଚାଲନ୍ତୁ ସଫଳନିଶ୍ଚୟଁ ହେବେ।

ମୀନ

: ନିଜର ତୀକ୍ଷ୍ଣ ବୁଦ୍ଧି ଯୋଗୁଁ ଆପଣ ଯେ କୌଣସି ସମସ୍ୟାର ସମାଧାନ କରିଦେବେ ଯାହା ବହୁତ ସମୟ ଧରି ଆପଣଙ୍କୁ ହଇରାଣ କରୁଥିଲା । ଆଜି ଆପଣଙ୍କ ବୌଦ୍ଧିକ କ୍ଷମତା ଓ ଯୋଗ୍ୟତା ଚ଼ରମ ସୀମାରେ ଉପନୀତ ହେବ ।

Leave a Reply

Your email address will not be published.