ଆଜିର ରାଶିଚକ୍ର

ଆଜିର ପଞ୍ଜିକା

ଅଦ୍ୟ ସେପ୍ଟେମ୍ବର ମାସ ୧୯ ତାରିଖ ୨୦୨୧ ମସିହା(ରବିବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୯
ସମ୍ବତ୍ସର-ରାକ୍ଷସ
ଭାଦ୍ରମାସ-ଶୁକ୍ଳପକ୍ଷ
ତିଥି- ତ୍ରୟୋଦଶୀ ପ୍ରାତଃ ଘ୦୫/୫୮ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଦ୍ଦଶୀ
ନକ୍ଷତ୍ର- ଶତଭିଶା ରାତ୍ରି ଘ୦୪/୧୩ ପର୍ଯ୍ୟନ୍ତ ତଦନ୍ତେ ପୂର୍ବଭ।ଦ୍ର
ଚନ୍ଦ୍ର- କୁମ୍ଭ
ଯୋଗ-ଧୃତି
କରଣ – ତୈତିଳ
ସୌରମାସ- କନ୍ୟା ୦୩ ଦିନ
ସୁର୍ୟୋଦୟ-ପ୍ରାତଃ ଘ୦୫/୩୯/୫୬
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୪/୦୮
ଯୋଗିନୀ ଦକ୍ଷିଣେ ପ୍ରାତଃ ଘ୦୫/୫୮ପର୍ଯ୍ୟନ୍ତ ତଦନ୍ତେ ପଶ୍ଚିମେ
ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର
ମେଷ ରାଶିର ଘାତବାର
ଚତୁର୍ଦ୍ଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କାଳବେଳ। ଓ ବାରବେଳ।- ଦିବା ଘ୧୦/୧୦ ଗତେ ଘ୦୧/୧୩ ମଧ୍ୟେ
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୬/୨୮ ଗତେ ଘ୦୮/୫୨ ମଧ୍ୟେ ଓ ଘ୦୧/୧୪ ଗତେ ଘ୦୩/୧୬ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୪/୦୩ ଗତେ ଘ୦୪/୫୨ ମଧ୍ୟେ

ଅଦ୍ୟ ବାଇଗଣ ପ୍ରାତଃ ଘ୦୫/୫୮ ପର୍ଯ୍ୟନ୍ତ ତଦନ୍ତେ ବିରି ଭକ୍ଷଣ ନିଷେଧ

ଆଜିର ରାଶିଚକ୍ର

ମେଷ: ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।

ବୃଷ: ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।

ମିଥୁନ: ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।

କର୍କଟ: ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।

ସିଂହ: ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।

କନ୍ୟା: ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।

ତୁଳା: ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।

ବିଛା: ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।

ଧନୁ: ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।

ମକର: ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।

କୁମ୍ଭ: ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।

ମୀନ: ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।

Leave a Reply

Your email address will not be published.