ଆଜିର ରାଶିଚକ୍ର

ଆଜିର ପଞ୍ଜିକା

ଅଦ୍ୟ ସେପ୍ଟେମ୍ବର ମାସ ୨୨ ତାରିଖ ୨୦୨୧ ମସିହା(ବୁଧବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୯
ସମ୍ବତ୍ସର-ରାକ୍ଷସ
ଅଶ୍ଵିନମାସ-କୃଷ୍ଣପକ୍ଷ
ତିଥି- ପ୍ରତିପଦ ପ୍ରାତଃ ଘ ୦୫/୫୮ ପର୍ଯ୍ୟନ୍ତ ତଦନ୍ତ ଦ୍ଵିତୀୟା
ନକ୍ଷତ୍ର- ଉତ୍ତରଭାଦ୍ର ପ୍ରାତଃ ଘ ୦୫/୫୪ ପର୍ଯ୍ୟନ୍ତ ତଦନ୍ତ ରେବତୀ
ଚନ୍ଦ୍ର- ମୀନ
ଯୋଗ-ବୃଦ୍ଧି
କରଣ – କୌଳବ
ସ ମାସ- କନ୍ୟା ୦୫ ଦିନ
ସୁର୍ୟୋଦୟ-ପ୍ରାତଃ ଘ୦୫/୪୦/୦୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୧/୦୮
ଯୋଗିନୀ ଉତ୍ତରେ
ଧନୁ ରାଶିର ଘାତଚନ୍ଦ୍ର
ମକର ରାଶିର ଘାତବାର
ଦ୍ଵିତୀୟାର ସାମ୍ବତ୍ସରିକ ଶ୍ରାଦ୍ଧ ମହାଳୟା ବିଧିରେ ହେବ
କାଳବେଳ। -ଦିବା ଘ୦୮/୪୦ ଗତେ ଘ୧୦/୧୪ ମଧ୍ୟେ
ବାରବେଳ।- ଦିବା ଘ ୧୧/୪୩ ଘ୦୧/୧୩ ମଧ୍ୟେ
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୬/୨୮ ମଧ୍ୟେ ଓ ଘ୦୭/୧୪ ଗତେ ଘ୦୮/୦୫ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୬/୨୯ ଗତେ ଘ୦୭/୧୩ ମଧ୍ୟେ ଓ ଘ୦୧/୪୦ ଗତେ ଘ୦୪/୦୫ ମଧ୍ୟେ
ଅଦ୍ୟ ବୋଇତିକଖାରୁ ଭକ୍ଷଣ ନିଷେଧ

ଆଜିର ରାଶିଚକ୍ର

ମେଷ: ଆଜି ଆପଣ ଘରେ ଝଗଡ଼଼ା କରିପାରନ୍ତି, ନିଜ ରାଗକୁ ନିୟନ୍ତ୍ରଣରେ ରଖନ୍ତୁ । ଏହି ଝଗଡ଼ା ଘରର ସଫା ସୁତୁରା କିମ୍ବା କର୍ତ୍ତବ୍ୟକୁ ନେଇ ହୋଇପାରେ । କଳି ଠାରୁ ବଞ୍ଚନ୍ତୁ ଏବଂ ନିଜ ଘରର ଶାନ୍ତି ବଜାୟ ରଖନ୍ତୁ ।

ବୃଷ: ଆଜି ଆପଣ ନିଜ ନିଷ୍ପତ୍ତିରେ ଅଟଳ ରୁହନ୍ତୁ ଏବଂ ଆଉ କାହା କଥାରେ ପ୍ରଭାବିତ ହୁଅନ୍ତୁ ନାହିଁ । ଭଲ ହେବ ନିଜ ବିଚ଼ାରକୁ ନିଜେ ଶୁଣନ୍ତୁ । କୌଣସି ବ୍ୟକ୍ତିର ବିଚ଼ାର ଧାରାକୁ ନିଜ ଉପରେ ପ୍ରଭାବିତ ହେବାକୁ ଦିଅନ୍ତୁ ନାହିଁ ।

ମିଥୁନ: ଆପଣଙ୍କ ବ୍ୟବହାରକୁ ସମସ୍ତେ ପ୍ରଶଂସା କରିବେ । ଆଜି ଆପଣଙ୍କର ମିତ୍ରତା ଆପଣଙ୍କ ମିତ୍ର ପାଇଁ ବହୁତ ଲାଭଦାୟକ ହେବ ଏବଂ ଭବିଷ୍ୟତରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ହେବେ ।

କର୍କଟ: ଆଜି ଆପଣଙ୍କ ଚ଼ିରାଚ଼ରିତ ଦିନଚ଼ର୍ଯ୍ୟା ବଦଳି ଯିବ । ଏହା ବୋଧହୁଏ ଆପଣଙ୍କ ଘରେ ପର୍ବପର୍ବାଣି ବା କୈ।ଣସି ଆନୁଷ୍ଠନିକ କାରଣରୁ ହୋଇପାରେ ।ବହୁଦିନର ପୁରାତନ ବନ୍ଧୁଦର୍ଶନ ଯୋଗ ଅଛି।

ସିଂହ: ଆଜି ଆପଣଙ୍କର କୌଣସି ପରିବାରବର୍ଗ ସଦସ୍ୟ କିମ୍ବା ପୋଡଶୀଙ୍କ ସହ ଝଗଡାରୁ ନିଜକୁ ରକ୍ଷା କରନ୍ତୁ । କୌଣସି ଏକ ଛୋଟ ସମସ୍ୟା ବିରାଟ ରୂପ ଧାରଣ କରିପାରେ ।

କନ୍ୟା: ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।

ତୁଳା: ଆପଣଙ୍କ ପରିବାର ଆପଣଙ୍କ ପାଇଁ ସହାୟତାର ସ୍ରୋତ ହେବ । ସେମାନେ ଆପଣଙ୍କର ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଟନ୍ତି ।ତେଣୁ ଆପଣ ସେମାନଙ୍କ କଥା ଶୁଣିବା ଉଚ଼ିତ୍ ।

ବିଛା: ଆଜି ଆପଣ ନିଜ ଶାରୀରିକ ସୁନ୍ଦରତା ଆଡ଼କୁ ବହୁତ ଧ୍ୟାନ ଦେବେ, ଆପଣ ନିଜ ମନପସନ୍ଦର ପୋଷାକ ପିନ୍ଧିବେ ଓ ବହୁତ ସମୟ ଧରି ନିଜ କେଶ ସଜାଇବେ । ଆପଣଙ୍କ ଏହି ନୂଆ ରୂପକୁ ଦେଖି ଲୋକେ ଆପଣଙ୍କ ପ୍ରଶଂସା କରିବେ ।

ଧନୁ: ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିବେ । ଏହାର ମାନେ ହୋଇପାରେ କି ସେ ଆପଣଙ୍କୁ ଠିକ୍ ରାସ୍ତା ଦେଖାଇ ଆପଣଙ୍କର ଦରକାର ମୁତାବକ ସାହାଯ୍ୟ କରିବେ ।

ମକର: କୌଣସି ନିକଟ ସମ୍ପର୍କିୟ ସାଂଗରେ ଆପଣଙ୍କର ଖରାପ ସମ୍ପର୍କ ହୋଇପାରେ । ଆପଣ ଏହି ସମ୍ପର୍କକୁ ଶିଘ୍ର ଠିକ କରିବାକୁ ଚାହିଁବେ । ଆପଣଙ୍କ ଚାହିଁବା ମୁତାବକ କାଯ୍ୟ ହୋଇପାରିବ ନାହିଁ।

କୁମ୍ଭ: ବୋଧହୁଏ ଆଜି ଆପଣଙ୍କୁ ଲାଗିପାରେ କି ଆପଣଙ୍କୁ ସମସ୍ତେ ଭୂଲ୍ ବୁଝୁଛନ୍ତି । ମନେ ରଖନ୍ତୁ ଯେ ସବୁବେଳେ ଆମେ ସମସ୍ତଙ୍କୁ ଖୁସୀରେ ରଖି ପାରିବା ନାହିଁ ।ନିଜକର୍ମ କରିଚାଲନ୍ତୁ ସଫଳନିଶ୍ଚୟଁ ହେବେ।

ମୀନ: ନିଜର ତୀକ୍ଷ୍ଣ ବୁଦ୍ଧି ଯୋଗୁଁ ଆପଣ ଯେ କୌଣସି ସମସ୍ୟାର ସମାଧାନ କରିଦେବେ ଯାହା ବହୁତ ସମୟ ଧରି ଆପଣଙ୍କୁ ହଇରାଣ କରୁଥିଲା । ଆଜି ଆପଣଙ୍କ ବୌଦ୍ଧିକ କ୍ଷମତା ଓ ଯୋଗ୍ୟତା ଚ଼ରମ ସୀମାରେ ଉପନୀତ ହେବ ।

Leave a Reply

Your email address will not be published.