୧୧ଟି ଜିଲ୍ଲାରେ କାଲି ବନ୍ଦ ରହିବ ସ୍କୁଲ: ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର, (ନାଗରାଜ ନ୍ୟୁଜ): ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା କାଲି ପ୍ରଭାବିତ ୧୧ଟି ଜିଲ୍ଲାର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରଖିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ମାଲକାନଗିରି, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ କଳାହାଣ୍ଡି ଜିଲ୍ଲାର ଜିଲ୍ଲାପାଳଙ୍କୁ ଆସନ୍ତାକାଲି ସ୍କୁଲ୍ ଓ ଅନ୍ୟ ଶିକ୍ଷାନୁଷ୍ଠାନ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ପରବର୍ତ୍ତୀ ସମୟରେ ଜିଲ୍ଲାପାଳମାନେ ସ୍ଥାନୀୟ ପରିସ୍ଥିତିକୁ ବିଚାରକୁ ନେଇ ସ୍କୁଲ ଖୋଲିବା ସଂପର୍କରେ ନିଷ୍ପତ୍ତି ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ତେବେ ମଧ୍ୟରାତ୍ରୀ ସୁଦ୍ଧା ଗୋପାଳପୁର ଓ କଳିଙ୍ଗପଟ୍ଟନମ୍ ମଝିରେ ଲ୍ୟାଣ୍ଡଫଲ କରିବ ବାତ୍ୟା । ବାତ୍ୟା ସ୍ଥଳଭାଗ ଛୁଇଁବା ବେଳେ ପବନର ବେଗ ଘଣ୍ଟାପ୍ରତି ୭୫ ରୁ ୮୫ କି.ମି ରହିବ । ବେଳେବେଳେ ଏହା ୯୫ କି.ମି ହେବାର ସମ୍ଭାବନା ରହିଛି । ପ୍ରାୟ ରାତି ୯ଟା ପରେ ସାମୁଦ୍ରକ ଝଡ ଗୁଲାବ ଲ୍ୟାଣ୍ଡଫଲ୍ କରିବ ବୋଲି ଅନୁମାନ କରାଯାଉଛି ।

Leave a Reply

Your email address will not be published.