ପ୍ରକାଶ ପାଇଲା +୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

ଭୁବନେଶ୍ୱର,(ନାଗରାଜ ନ୍ୟୁଜ): ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇଲା । ଚଳିତବର୍ଷ କଳାରେ ପାସ୍‌ ହାର ମୋଟ ୮୧.୧୦ ପ୍ରତିଶତ ରହିଛି । ଛାତ୍ରଙ୍କ ପାସ୍‌ହାର ଅପେକ୍ଷା ଛାତ୍ରୀଙ୍କ ପାସ୍‌ହାର ଅଧିକ ରହିଛି । ଛାତ୍ରଙ୍କ ପାସ୍‌ହାର ୭୫.୦୮ ରହିଥିବା ବେଳେ ଛାତ୍ରୀଙ୍କ ପାସ୍‌ହାର ୮୭.୪୭ ପ୍ରତିଶତ ରହିଛି । ଅପରାହ୍ନ ୫ଟା ସମୟରେ ପରୀକ୍ଷାର୍ଥୀମାନେ www.orissaresults.nic.in ୱେବସାଇଟ୍ ଜରିଆରେ ନିଜର ରେଜଲ୍ଟ ଜାଣିପାରିବେ । ସୂଚନା ଥାଉକି, ଜୁଲାଇ ୨୭ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳ ଘୋଷଣା ହୋଇଥିଲା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଏହା ପ୍ରକାଶ କରାଯାଇଥିଲା ।

Leave a Reply

Your email address will not be published.