ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା, ୟେଲ୍ଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୂବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ବଙ୍ଗୋପସାଗର ଉପକୂଳବର୍ତ୍ତୀ ଅଞ୍ଚଳ ଓ ପଶ୍ଚିମବଙ୍ଗରେ ସକ୍ରିୟ ରହିଛି ଯାହାର ପ୍ରଭାବରେ ପୁରା ଓଡ଼ିଶାରେ ବର୍ଷା ଜାରି ରହିଛି । ପୂରା ଓଡ଼ିଶା ଏବେ ଏହି ଲଘୁଚାପ ବର୍ଷାରେ ଭିଜୁଥିବା ବେଳେ ଆଉ ୨ ଦିନ ରାଜ୍ୟରେ ଲଘୁଚାପର ପ୍ରଭାବ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ଝାରସୁଗୁଡ଼ା, ବଲାଙ୍ଗୀର, ବରଗଡ଼, ସମ୍ବଲପୁର ଓ ନୂଆପଡ଼ା ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲା ଗୁଡିକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ସେହିପରି ୩୧ ତାରିଖରେ ଦେବଗଡ଼, ସୁନ୍ଦରଗଡ଼ ଓ କେନ୍ଦୁଝରର କିଛି କିଛି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟି ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ କିଛି ସ୍ଥାନରେ ଅତିପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ତେଣୁ ରାଜ୍ୟର ଅନେକ ଜିଲ୍ଲା ଗୁଡିକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି ।

Leave a Reply

Your email address will not be published.