ତୃତୀୟ ଲହର ମୁକାବିଲା ଲାଗି ପ୍ରସ୍ତୁତ ରାଜ୍ୟ ସରକାର

ଭୂବନେଶ୍ବର, (ନାଗରାଜ ନ୍ଯୁଜ): କରୋନାର ତୃତୀୟ ଲହର ଶିଶୁଙ୍କୁ ଅଧିକ ପ୍ରଭାବିତ କରିବାର ବିଶଷେଜ୍ଞ ମାନେ ମତ ଦେଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ଓଡିଶା ସରକାର ସ୍ୱାସ୍ଥ୍ୟ ପ୍ରତି ଅଧିକ ଗୁରୁତ୍ୱ ଦେଇ କଟକ ଶିଶୁଭବନକୁ ସେଣ୍ଟର ଅଫ ଏକ୍ସଲେନ୍ସ ଘୋଷଣା କରିଛନ୍ତି । କରୋନାରେ ଶିଶୁ ସଂକ୍ରମଣର ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ପ୍ରକାର ନିଷ୍ପତି ଗ୍ରହଣ କରୁଛନ୍ତି । ତେଣୁ ଶିଶୁଭବନରେ ୪୦ଟି ସାଧାରଣ ବେଡ୍ ଓ ୧୦ଟି ଆଇସିୟୁ ରଖାଯାଇଛି । ଶିଶୁଭବନ ପ୍ରଥମ ଫ୍ଲୋରରେ ବେଡ୍ ବ୍ୟବସ୍ଥା କରାଯିବ। ସ୍ୱାସ୍ଥ୍ୟ ବିଭାଗ ଏସିଏସଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି।

କୋଭିଡ ନିୟମରେ ସ୍ୱତନ୍ତ୍ର ପ୍ରବେଶ ଓ ପ୍ରସ୍ଥାନ ପଥ ରହିବ। ଆବଶ୍ୟକ ପରିମାଣର ଏସି ମଧ୍ୟ ସ୍ଥାପନ କରାଯିବ।ପ୍ରତି ବେଡକୁ ଅକ୍ସିଜେନ୍ ଗ୍ୟାସ ପାଇପଲାଇନ ବ୍ୟବସ୍ଥା କରାଯିବ ବୋଲି ଘୋଷଣା କରାଯାଇଛି। କରୋନାର ସମ୍ଭାବ୍ୟ ତୃତୀୟ ଲହରକୁ ନଜରରେ ରଖି ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।

Leave a Reply

Your email address will not be published.