ଭୂବନେଶ୍ବର: ରାଜ୍ୟରେ ଜୁଲାଇ ୧୬ ଯାଏଁ ଆଂଶିକ ଲକ୍ଡାଉନ୍ ଅବଧିକୁ ବଢାଇ ଦିଆଯାଇଛି। ଏନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି । ସେ କହିଛନ୍ତି, ଆଂଶିକ ଲକ୍ଡାଉନକୁ ଲୋକେ ପାଳନ କରିଛନ୍ତି । ୧୭ ଜିଲ୍ଲାରେ ସଂଧ୍ୟା ୫ ଯାଏ ସବୁ ଦୋକାନ ଖୋଲିବାକୁ ଅନୁମତି ଥିଲା। ଖୁସିର କଥା ୧୭ ଜିଲ୍ଲାରେ ସଂକ୍ରମଣ ଆଉ ବଢ଼ି ନାହିଁ । ବାକି ୧୩ ଜିଲ୍ଲାରୁ ୩ ଜିଲ୍ଲାରେ ପଜିଟିଭିଟି ୫%ରୁ କମ୍ ରହିଛି । ୩ ଜିଲ୍ଲାରେ ପଜିଟିଭିଟି ରେଟ୍ ୫%କୁ କମିଥିବାରୁ କ୍ୟାଟେଗୋରୀ ଏକୁ ଏହି ୩ ଜିଲ୍ଲା ଯାଇଛି। ଫଳରେ ସଂକ୍ରମଣ କମିଥିବା ୨୦ଟି ଜିଲ୍ଲା କ୍ୟାଟେଗୋରୀ ଏରେ ସାମିଲ ହୋଇଛି।
ପଜିଟିଭିଟି ୫ରୁ ଅଧିକ ଥିବା ବାକି ୧୦ ଜିଲ୍ଲା କ୍ୟାଟେଗୋରୀ ବିରେ ସାମିଲ । କ୍ୟାଟେଗୋରୀ ବିରେ ସକାଳ ୬ରୁ ଦିନ ୨ଟା ଯାଏ ଦୋକାନ ଖୋଲିବ।
ସ୍ଥିତି ଦେଖି ଗ୍ରାଜୁଆଲି ଅନ୍ଲକ୍ ଆରମ୍ଭ କରାଯିବାକୁ ସରକାରଙ୍କ ନିଷ୍ପତ୍ତି ନେଇଛନ୍ତି । କ୍ୟାଟେଗୋରୀ ଏରେ ଥିବା ୨୦ ଜିଲ୍ଲାରେ ଦୋକାନ ବଜାର ଖୋଲିବ । ୨୦ ଜିଲ୍ଲାରେ ସକାଳ ୬ରୁ ସଂଧ୍ୟା ୬ଟା ଯାଏ ଦୋକାନ ଖୋଲିବ । ସାରା ରାଜ୍ୟରେ ଛୋଟ ଛୋଟ ସେଲୁନ୍ ଦୋକାନ ଖୋଲିବାକୁ ମିଳିଲା ଅନୁମତି । ସପିଙ୍ଗ ମଲ୍, ପାର୍ଲର ଆଦି ଛାଡ଼ି ଆଉ ସବୁ ଦୋକାନ ଖୋଲିବ । ୨୦ ଜିଲ୍ଲାରେ ଧାର୍ଯ୍ୟ ସିଟରେ ବସ୍ ଓ ଟ୍ୟାକ୍ସି ଚଳାଚଳ କରିବ । ୨୦ ଜିଲ୍ଲାରେ ଇନ୍ଡୋର ଓ ଆଉଟଡୋର ସୁଟିଂକୁ ଅନୁମତି ମିଳିବ । ୨୦ ଜିଲ୍ଲାରେ ସପ୍ତାହାନ୍ତ ସଟ୍ଡାଉନ୍ ହେବ ନାହିଁ । ସପ୍ତାହର ସାତ ଦିନ ପର୍ଯ୍ୟନ୍ତ ୨୦ ଜିଲ୍ଲାରେ ସକାଳ ୬ରୁ ସଂଧ୍ୟା ୬ଟା ଯାଏ ଦୋକାନ ଖୋଲିବ । ୨୦ ଜିଲ୍ଲାରେ ସାପ୍ତାହିକ ହାଟ ଖୋଲିବାକୁ ଅନୁମତି ମିଳିବ। ସାରା ରାଜ୍ୟରେ ସଂଧ୍ୟା ୬ରୁ ସକାଳ ୬ ନାଇଟ କର୍ଫ୍ୟୁ ଜାରି ରହିବ।