ଆଇପିଏଲ ୨୦୨୧ର ଅବଶିଷ୍ଟ ମ୍ୟାଚ ଖେଳାଯିବ ୟୁଏଇରେ

ନୂଆଦିଲ୍ଲୀ: ଆଇପିଏଲ ୨୦୨୧ର ଅବଶିଷ୍ଟ ମ୍ୟାଚ ଖେଳାଯିବ ୟୁଏଇରେ । ଏନେଇ ବିସିସିଆଇ ପକ୍ଷରୁ ସୂଚନା ଦିଆଯାଇଛି । ବିସିସିଆଇର ଏସଜିଏମ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି । ଆସନ୍ତା ସେପ୍ଟେମ୍ବର-ଅକ୍ଟୋବର ମାସରେ ୟୁଏଇରେ ଆଇପିଏଲ ମ୍ୟାଚ ହୋଇପାରେ । ତେବେ କୌଣସି ନିର୍ଦ୍ଦିଷ୍ଟ ତାରିଖ ଏଯାଏଁ ବିସିସିଆଇ ପକ୍ଷରୁ ଘୋଷଣା କରାଯାଇନଥିବା ବେଳେ ଆଇପିଏଲର ବଳକା ୩୧ଟି ମ୍ୟାଚ୍ ୟୁଏଇରେ ହେବ ବୋଲି ସ୍ପଷ୍ଟ ହୋଇଛି ।

ସୂଚନା ଅନୁଯାୟୀ କରୋନା ପାଇଁ ଆଇପିଏଲ ୨୦୨୧କୁ ଅଧାରୁ ସ୍ଥଗିତ କରିବାକୁ ପଡିଥିଲା । ବିଭିନ୍ନ ଟିମର ଖେଳାଳି ଓ କୋଚ୍ କରୋନାରେ ସଂକ୍ରମିତ ହେବା କାରଣରୁ ଏହାକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଥିଲା । ତେବେ ଆଜି ବିସିସିଆଇର ବୈଠକରେ ୟୁଏଇରେ ଆଇପିଏଲ ମ୍ୟାଚ୍ ଖେଳାଯିବା ନେଇ ବଡ ନିଷ୍ପତି ନିଆଯାଇଛି । ସେହିଭଳି ଟି-୨୦ ବିଶ୍ୱକପ ପାଇଁ ମଧ୍ୟ ଆଇସିସିକୁ ସମୟ ମାଗିଛି ବିସିସିଆଇ । ଏଠାରେ ସୂଚନାଯୋଗ୍ୟ, ଚଳିତଥର ଟି-୨୦ ବିଶ୍ୱକପ ଆୟୋଜନ କରିବ ଭାରତ । ତେବେ ଦେଶରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଯାଏଁ ଏହା ବାବଦରେ କୌଣସି ସ୍ପଷ୍ଟ ସଂକେତ ମିଳିପାରୁନାହିଁ ।

Leave a Reply

Your email address will not be published.