ଦେଶର ୧୫ ତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କଲେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଦେଶର ୧୫ ତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କଲେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ତାଙ୍କୁ ପ୍ରଧାନ ବିଚାରପତି ସଂସଦର ସେଣ୍ଟ୍ରାଲ ହଲରେ ଶପଠପାଠ କରାଇଛନ୍ତି । ୧୦ଟା ୧୪ରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଏନ. ଭି. ରମନା ରାଷ୍ଟ୍ରପତି ଭାବରେ ଦ୍ରୌପଦୀ ମୁର୍ମୁଙ୍କୁ ଶପଥ ପାଠ କରାଇଥିଲେ। ଏହି ଶପଥଗ୍ରହଣ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ ଓ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ଅନେତ ବିଶିଷ୍ଟ ବ୍ୟକ୍ତିବିଶେଷ ସାମିଲ ହୋଇଥିଲେ । ଶପଥ ନେବା ପୂର୍ବରୁ ଦ୍ରୌପଦୀ ମୁର୍ମୁ ତାଙ୍କ ବାସଭବନରୁ ରାଜଘାଟ ଅଭିମୁଖେ ବାହାରିଥିଲେ। ଏହି ପରିପ୍ରେକ୍ଷିରେ ସେ ରାଜଘାଟରେ ପହଞ୍ଚି ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ପ୍ରଣାମ ଓ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।

Leave a Reply

Your email address will not be published.